କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ, ବିଜେଡି ବିଧାୟକଙ୍କ ସହ ଚାଲିଛି ଗୁପ୍ତ ବୈଠକ, ଆଗକୁ…

ଭୁବନେଶ୍ୱର,୧୮।୯: ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ ବାଚସ୍ପତିଙ୍କୁ ଚିଠି ଦେଇଛି କଂଗ୍ରେସ । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ ସମର୍ଥନ ଥିବା ଜଣାଇଲା ଦଳ । ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ ଗୃହକୁ ସରଗରମ କରିପାରେ ଅନାସ୍ଥା ତାତି।

ଆଜି ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ରାଜ୍ୟ ରାଜନୀତିରେ ପୁଣିଥରେ ଅନାସ୍ଥା ଚର୍ଚ୍ଚା। ଏହି ଅନାସ୍ଥା ପ୍ରସ୍ତାବରେ କଂଗ୍ରେସ ୧୨ ବିଧାୟକ ଓ ଜଣେ ସିପିଆଇମ ବିଧାୟକଙ୍କ ସମର୍ଥନ ରହିଛି । ସେପଟେ କଂଗ୍ରେସ ବିଧାୟକମାନେ ବିଜେଡି ବିଧାୟକଙ୍କ ସମର୍ଥନ ଲୋଡିଛନ୍ତି। ନବୀନଙ୍କ ଚାମ୍ବରରେ ପହଞ୍ଚି ବିଜେଡିର ସମର୍ଥନ ଲୋଡିଛି କଂଗ୍ରେସ। ବିରୋଧୀଦଳ ନେତାଙ୍କ ପ୍ରକୋଷ୍ଠରେ ବିଜେଡି ସହ ବୈଠକ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା। ଏହି ବୈଠକରେ କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ, ତାରା ବାହିନୀପତି ସାମିଲ ଅଛନ୍ତି।

Image

ଅନ୍ୟପଟେ କଂଗ୍ରେସ ଆଲୋଚନା କରିନି ବୋଲି ବିଜେଡି କହିଛି। କଂଗ୍ରେସ ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ବିଜେଡି ସହ ଆଲୋଚନା କରିନି। କଂଗ୍ରେସ ଆଲୋଚନା କରିନି କହିଛନ୍ତି ବିରୋଧୀଦଳ ମୁଖ୍ୟ ସଚେତକ। ଆମେ ଆମ ପ୍ରସଙ୍ଗ ଉଠାଇବୁ କହିଲେ ପ୍ରମିଳା ମଲ୍ଲିକ।

ତେବେ କଣ ରହିବ ବିଜେଡିର ଆଭିମୂଖ୍ୟ ? କଂଗ୍ରେସ ସମର୍ଥନରେ ବିଜେଡି ବାହାରିବ ନା ନିଜେ ଗୃହରେ ଅନାସ୍ଥା ଆଣିବ ତାକୁ ନେଇ ଚର୍ଚ୍ଚା। ଏନେଇ ଦଳୀୟ ସ୍ତରରେ ଆଲୋଚନା ଆରମ୍ଭ ହୋଇଥିବା ବିଜେଡ଼ି କହିଛି ସମୟ ଆସିଲେ ଦଳ ନିଷ୍ପତ୍ତି ନେବ ।

ଅନ୍ୟପଟେ ନମ୍ବର କହୁଛି ଆନାସ୍ଥା ଆସିଲେ ଭାଜପା ସରକାର ପାଇଁ ବିପଦ ନାହିଁ। କଂଗ୍ରେସ ଅନାସ୍ଥା ଆଣିଲେ ଦଳର କିଛି କ୍ଷତି ହେବାର ନାହଁ। ବିଧାନସଭାର ମୋଟ ୧୪୭ ସିଟରୁ ଗୋଟି ସିଟ୍ ଖାଲି ପଡିଥିବା ବେଳେ ଭାଜପା ବିଧାୟକ ସଂଖ୍ୟା ୭୮ ବିଜେଡିର ୫୦, କଂଗ୍ରେସର ୧୪ ଓ ଅନ୍ୟାନ୍ୟ ବିଧାୟକ ସଂଖ୍ୟା ୪। ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ବିଜେଡି ବିଧାୟକ ସଂଖ୍ୟା ୫୦କୁ ଖସିଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?