Posted inଜାତୀୟ

ମୋଦିଙ୍କ ଲୋକ ସଭା ସ୍ପିଚ ପୂର୍ବରୁ ଭାଜପା ସେୟାର କଲା ପୁରୁଣା ଭିଡିଓ

ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନାସ୍ଥା ପ୍ରସ୍ତାବର ଜବାବ ଦେବା ପୂର୍ବରୁ ବିରୋଧୀଙ୍କୁ ଟାର୍ଗେଟ କରି ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଏକ ପୁରୁଣା ଭିଡିଓ ସେୟାର କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲୋକ ସଭାରେ ପୁରୁଣା ଭାଷଣ ଦେଖାଯାଇଥିଲା। ଯେଉଁଥିରେ ପ୍ରଧାନମନ୍ତ୍ରୀ କହୁଛନ୍ତି ଯେ ବ୍ୟସ୍ତ ହୁଅନ୍ତୁ ନାହିଁ, ମୁଁ କାହାକୁ ଛାଡିବି ନାହିଁ, ସମସ୍ତଙ୍କୁ ସମ୍ମାନ ଦିଆଯିବ।
ଭାଜପାର ଏହି ଭିଡିଓର ଜବାବରେ କଂଗ୍ରେସ ମଧ୍ୟ ପ୍ରତଉତ୍ତର ଦେଇଛି। ଟୁଇଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ଭିଡିଓ ସେୟାର କରି କଂଗ୍ରେସ ଲେଖିଛି, ଦୀର୍ଘ ସମୟ ଧରି ରେକର୍ଡ ରଖିଥିବା ଶ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଗୃହରେ ପକାଇବାକୁ ଯାଉଛନ୍ତି।
ବିରୋଧୀଦଳଙ୍କ ଦ୍ୱାରା ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପରେ ଲୋକ ସଭାରେ ଆଲୋଚନା ଚାଲିଛି। ଗୁରୁବାର ସାରେ ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କର ଉତ୍ତର ଦେବେ ପ୍ରଧାନମନ୍ତ୍ରୀ। ମଙ୍ଗଳବାର ଲୋକ ସଭାରେ କଂଗ୍ରେସ ଏମପି ଗୌରବ ଗୋଗୋଇ ଏହି ପ୍ରସ୍ତାବ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍

ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri