ଅନାସ୍ଥା ପ୍ରସ୍ତାବ: ବିଜେଡି ଦେଲା ସଙ୍କେତ, ଏବେ ଭାଙ୍ଗିବ ସରକାର!

ଭୁବନେଶ୍ୱର,୨୬।୭: ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ବନ ଦେଇଛନ୍ତି। ଯାହାକୁ ନେଇ ଏବେ ବୟାନବାଜି ବଢିବାରେ ଲାଗିଛି।

ତେବେ ଏଥିରେ ବିଜୁ ଜନତା ଦଳ (ବିଜେଡି) ଏହାକୁ ସମର୍ଥନ କରିବ କି ନାହିଁ ସେ ନେଇ ସ୍ପଷ୍ଟ ନିଷ୍ପତ୍ତି ଦେଇନାହିଁ। ଆଜି ଏହି ପ୍ରସଙ୍ଗରେ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି, “ଆମେ ଆସ୍ଥା, ଅନାସ୍ଥା, ଅବସ୍ଥା ଓ ବ୍ୟବସ୍ଥା ସବୁ ଏକକରି ଦେବୁ। ବିଧାନସଭାରେ ସମସ୍ତ ବିଷୟରେ ଆଲୋଚନା ପାଇଁ ଆମେ ପ୍ରସ୍ତୁତ।” ତେବେ ଅନାସ୍ଥା ପ୍ରସ୍ତାବକୁ ନେଇ ସେ ସ୍ପଷ୍ଟ ମତ ରଖିନାହାନ୍ତି।

ପିସିସି ସଭାପତି ଭକ୍ତ ଚରଣ ଦାସ ବିଜେଡିକୁ ଆହ୍ବାନ ଦେଇ କହିଛନ୍ତି, “ବିଜେଡି ମୁଖ୍ୟ ବିରୋଧୀ ଦଳ ହୋଇଥିବା ବେଳେ ସେମାନଙ୍କ ପାଖରେ ୫୧ ବିଧାୟକ ଅଛନ୍ତି। ଯଦି ସେମାନେ ସରକାରଙ୍କୁ ହଟାଇବାକୁ ଚାହୁଁଛନ୍ତି, ତେବେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ, ଆମେ ସମର୍ଥନ ଦେବୁ।” ଏଫଏମ କଲେଜରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଓ ରାଜ୍ୟରେ ନାରୀ ର୍ନିଯାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଏହି ଆହ୍ବାନ ଦେଇଛି। ଭକ୍ତ ଦାସ ଆହୁରି କହିଛନ୍ତି, “ବାଲେଶ୍ୱର ଘଟଣା ସୁପ୍ରିମକୋର୍ଟକୁ ମଧ୍ୟ ଲଜ୍ଜାଜନକ ଲାଗୁଛି। ନାରୀ ନ୍ୟାୟ ପାଇଁ ବିଜେଡି ଯଦି ଆନ୍ତରିକ, ତେବେ ଅନାସ୍ଥା ପ୍ରସ୍ତାବ ଆଣୁ।”

ବିଜେଡି ବିଧାୟକ ଅରୁଣ ସାହୁ ଅଭିଯୋଗ କରିଛନ୍ତି ଯେ ସରକାର ନାରୀ ର୍ନିଯାତନା ପ୍ରସଙ୍ଗରେ ଆଲୋଚନାରୁ ପଳାୟନ କରୁଛନ୍ତି। ସେ କହିଛନ୍ତି, “ସରକାର ବିଧାନସଭା ଅଧିବେଶନ ଡାକିବାକୁ ଡରୁଛନ୍ତି, କାରଣ ସେମାନେ ନାରୀ ର୍ନିଯାତନା ଓ ଅନ୍ୟାନ୍ୟ ବିଷୟରେ ଆଲୋଚନାରୁ ଭୟଭୀତ।” ବିଜେଡି ଏହି ବିଷୟରେ ବିଧାନସଭାରେ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଦାବି କରିଛି।

ବିଜେଡି ନେତା ଦେବୀ ମିଶ୍ର କହିଛନ୍ତି, “ଅନାସ୍ଥା ପ୍ରସ୍ତାବ ଆଣିବା ନେଇ ଗୃହ ଭିତରେ ବିଧାୟକମାନେ ଓ ଦଳର ସଭାପତି ନବୀନ ପଟ୍ଟନାୟକ ମିଳିତ ନିଷ୍ପତ୍ତି ନେବେ।” ଏହା ସହିତ ବିଜେଡି ନାରୀ ର୍ନିଯାତନା ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ଥିବା ସୂଚନା ମିଳିଛି।
ଏହି ପରିସ୍ଥିତିରେ ରାଜ୍ୟ ରାଜନୀତି ଆହୁରି ସରଗରମ ହେବାର ସମ୍ଭାବନା ରହିଛି। ବିଜେଡି କଂଗ୍ରେସର ଏହି ଆହ୍ବାନକୁ ସମର୍ଥନ କରିବ କି ନାହିଁ, ତାହା ଆଗାମୀ ଦିନରେ ସ୍ପଷ୍ଟ ହେବ।

ସେପଟେ ଦରକାର ପଡ଼ିଲେ ନବୀନଙ୍କ ସହ କଥା ହେବେ ବୋଲି ପିସିସି ସଭାପତି ଭକ୍ତ ଦାସ ବଡ଼ ବୟାନ ଦେଇ କହିଛନ୍ତ । ଏପଟେ ବିଜେଡି ଉପସଭାପତି ଦେବୀ ମିଶ୍ର କହିଛନ୍ତି, ନିଷ୍ପତ୍ତି ନେବେ ନବୀନ। ଅନ୍ୟପଟେ ବିରୋଧୀଙ୍କୁ ଚ୍ୟାଲେଞ୍ଜ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ।

କହିରଖୁଛୁ କି, ବିରୋଧୀଙ୍କ ସଂଖ୍ୟା ୬୫ ଓ ସ୍ବାଧୀନ ବିଧାୟକ ୪ ଜଣ ଅଛନ୍ତି । ସଂଖ୍ୟା ଗରିିଷ୍ଠତା ପାଇଁ ଆଉ ମାତ୍ର ୬ରୁ ୭ ବିଧାୟକଙ୍କ ଆବଶ୍ୟକତା ରହିଛି । ଯଦି ବିତର୍କରେ ସରକାର ଜବାବ ରଖି ନ ପାରନ୍ତି, ତେବେ ସରକାର ଭାଙ୍ଗିଯିବାର ଆଶଙ୍କା ରହିଛି ବୋଲି ଭକ୍ତ କହିଛନ୍ତି ।

ଅନ୍ୟପଟେ ଅନାସ୍ଥା ଚର୍ଚ୍ଚା ଉପରେ ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି ତେର୍ଚ୍ଛାବାଣ ମାରିଛନ୍ତି। ତାରା କହିଛନ୍ତି, ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ରହିଛି। ଆମେ ୧୪ ବିଧାୟକ ଓ ଆମ ସହ ଜଣେ ସିପିଆଇ ବିଧାୟକ ବି ଅଛନ୍ତି। ବିଜେଡି ସମର୍ଥନ ନ କଲେ ଭାଜପା ସହ ଅଛି ବୋଲି ଜଣାପଡ଼ିବ। ଅନାସ୍ଥା କାଟ ଖାଇବ ନାହିଁ। ଭୋଟିଂ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?