୨୦ରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ନିମାପଡ଼ା, ୧୭।୮(ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ ହେବ। ଆସନ୍ତା ୨୦ ତାରିଖରେ ଏହି ଅନାସ୍ଥା ଭୋଟ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଚିଠି ନଂ. ୧୧୧୯/ତା ୧୩।୮।୨୪ ରିଖରେ ବିଜ୍ଞପ୍ତି ଜାରି କରିଛନ୍ତି। ଏ ସମ୍ପର୍କରେ ଏନ୍‌ଏସି ଅଧ୍ୟକ୍ଷା, ଉପାଧ୍ୟକ୍ଷ ଏବଂ ୧୧ଜଣ କାଉନସିଲରଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ଆସନ୍ତା ୨୦ ତାରିଖ ପୂର୍ବାହ୍ନ ୧୧ଟାରେ ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହେବ ଓ ଏହାପରେ ଅନାସ୍ଥା ପ୍ରସ୍ତାବ ପାଇଁ ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ସମସ୍ତ ବ୍ୟବସ୍ଥା ସୁଚାରୁ ରୂପେ କରିବା ପାଇଁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଅନାସ୍ଥା ଭୋଟ୍‌ର ୩ଦିନ ପୂର୍ବରୁ ଏ ସମ୍ପର୍କରେ ଏନ୍‌ଏସି ଅଧ୍ୟକ୍ଷା, ଉପାଧ୍ୟକ୍ଷ, ସମସ୍ତ କାଉନସିଲରଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ରହିଛି। ଏନ୍‌ଏସି ପକ୍ଷରୁ ଗତ ୧୪ ତାରିଖରେ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ସମସ୍ତ କାଉନସିଲରଙ୍କୁ ଚିଠି କରାଯାଇ ଅବଗତ କରାଯାଇଛି। ସ୍ବତନ୍ତ୍ର ବୈଠକ ପାଇଁ ଏନ୍‌ଏସି ପକ୍ଷରୁ ପ୍ରସ୍ତୁତି ଚାଲିଛି। ଅନାସ୍ଥା ଭୋଟ ପାଇଁ ୮ଜଣ କାଉନସିଲରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଥିବାବେଳେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିବା କାଉନସିଲରମାନେ ମଧ୍ୟ ସଜବାଜ ହେଉଥିବା ଜଣାପଡ଼ିଛି। ମୋଟ ୧୧ଜଣ କାଉନସିଲରଙ୍କ ମଧ୍ୟରୁ ୮ଜଣ କାଉନସିଲର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଗତ ୧୨ ତାରିଖରେ ପୁରୀ ଜିଲାପାଳଙ୍କ ନିକଟରେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ। ଏବେ ଏହି ଅନାସ୍ଥା ଭୋଟକୁ କେନ୍ଦ୍ରକରି ନିମାପଡ଼ା ପୌରାଞ୍ଚଳରେ ଏବେ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri