ଆଜି ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ଖଣ୍ଡପଡ଼ା,୧୭।୯(ଅଜୟ କୁମାର ମହାରଣା): ନିର୍ଦ୍ଧାରିତ ସୂଚନାକ୍ରମେ ଦୀର୍ଘ ୪୫ ଦିନ ପରେ ବିରୋଧୀ ବିଜେଡି କାଉନ୍‌ସିଲରଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଭୋଟ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥି ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ନୟାଗଡ଼ ଏସ୍‌ପି ରାହୁଲ ଜୈନଙ୍କ ନିର୍ଦ୍ଦେଶକ୍ରମେ ଖଣ୍ଡପଡ଼ା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ପରିପ୍ରେକ୍ଷୀରେ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ସୋମବାର ସନ୍ଧ୍ୟାରେ ପୋଲିସ ପକ୍ଷରୁ ସହରରେ ଫ୍ଲାଗ ମାର୍ଚ୍ଚ କରାଯାଇଛି। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଏଡିଏମ୍‌ ରୋଜିନା ଦାସ, ଏସ୍‌ଡିପିଓ ବିମଳ କୁମାର ବାରିକ, ଖଣ୍ଡପଡ଼ା ଥାନାଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କ ସମେତ ଅନ୍ୟ କର୍ମଚାରୀମାନେ ଫ୍ଲାଗ ମାର୍ଚ୍ଚରେ ସାମିଲ ହୋଇଥିବା ଜଣାଯାଇଛି। ସେହିପରି ଖଣ୍ଡପଡ଼ା ଏନ୍‌ଏସି ପରିଷଦ କାର୍ଯ୍ୟାାଳୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ସେଠାରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଏସ୍‌ଡିପିଓ ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri