ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା ଉପସ୍ଥିତ ଥିଲେ। ଉଚ୍ଚ ନ୍ୟାୟାଳୟର ସତନ୍ତ୍ର ଏକ ଅନ୍ତରୀଣ ରାୟ ନିର୍ଦ୍ଦେଶନାମା କପି ସରପଞ୍ଚ ଚାମେଲୀ ଓଝା ଦାୟିତ୍ୱରେ ଥିବା ରିଟର୍ନିଂ ଅଫିସର ଡେରାବିଶ ତହସିଲଦାର ସରୋଜକାନ୍ତ ନାୟକଙ୍କୁ ପ୍ରଦାନ କରିଥିଲେ। ମୋ’ ବିରୋଧରେ ମିଥ୍ୟା ଆରୋପ ଲଗାଇଛନ୍ତି ବୋଲି ଅଫିସର ନାୟକଙ୍କୁ କହିଛନ୍ତି। ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଏସ୍‌ଡିପିଓ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ ମାର୍ଶାଘାଇ ଥାନା ଅଧିକାରୀ ତପନ କୁମାର ନାୟକି, ପାଟକୁରା ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ସମେତ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।

ସୂଚନା ଅନୁସାରେ ପୂର୍ବ ନିର୍ଦ୍ଧାରିତ ଅନୁସାରେ ପଞ୍ଚାୟତର ୨୨ ଓ୍ବାର୍ଡ ସଭ୍ୟାସଭ୍ୟମାନେ ସରପଞ୍ଚଙ୍କ ବିରୋଧରେ ଉପଜିଲାପାଳ ଅରୁଣ କୁମାର ନାୟକଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁସାରେ ଗୁରୁବାର ଅନାସ୍ଥା ପ୍ରସ୍ତାବ ଭୋଟିଂ ପାଇଁ ଧାର୍ଯ୍ୟ ସମୟ ହୋଇଥିଲା। ଏ ନେଇ ସରପଞ୍ଚ ଓଝା ଅନାସ୍ଥା ପ୍ରସ୍ତାବ ବିରୋଧରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଦ୍ବାରସ୍ଥ ହୋଇ ନ୍ୟାୟ ପାଇଁ ରିଟ୍‌ ପିଟିଶନ କରିଥିଲେ। ଉଚ୍ଚ ନ୍ୟାୟାଳୟଙ୍କ ଅନ୍ତରୀଣ ରାୟ ନିର୍ଦ୍ଦେଶନାମା ଜାରି ରହିଛି। ଭୋଟିଂ ଶେଷ ହୋଇଥିଲେ ମଧ୍ୟ ଫଳାଫଳ ସଂରକ୍ଷିତ ରହିଛି। କାରଣ କୋର୍ଟ ପୂର୍ବରୁ ଏହି ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri