ଅର୍ଥ ମଞ୍ଜୁର ପରେ ନିର୍ମାଣ ହେଉନି ବିଶ୍ରାମାଗାର

ଭଦ୍ରକ ଅଫିସ, ୧୩ା୫: ଯାତ୍ରୀ ବିଶ୍ରାମାଗାର ନିର୍ମାଣ ପାଇଁ ଅର୍ଥ ମହଜୁଦ ରହି ମଧ୍ୟ ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ ବିଶ୍ରାମାଗାର ନିର୍ମାଣ ହୋଇପାରୁନାହିଁ ା ଏପରି ବ୍ୟତିକ୍ରମ ସୃଷ୍ଟି ହୋଇଛି ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ଅର୍ନ୍ତଗତ ଜାମବଣୀ ଛକରେ। ଆଗରପଡ଼ା-ବରପଦା ରାସ୍ତାର ଜାମମଣୀ ଛକଠାରେ ପୂର୍ବରୁ ଥିବା ବିଶ୍ରାମାଗାରଟି ଭଗ୍ନ ଅବସ୍ଥାରେ ରହିଛି। ଯାତ୍ରୀମାନେ ବିଶ୍ରାମ ନେବା ପାଇଁ ଭିତରକୁ ପଶିବାକୁ ଭୟ କରୁଛନ୍ତି। ଖରା, ବର୍ଷାରେ ଠିଆହୋଇ ବସ୍‌କୁ ଅପେକ୍ଷା କରୁଛନ୍ତି। ବାରମ୍ବାର ଏ ବିଷୟରେ ସ୍ଥାନୀୟ ବିଧାୟକଙ୍କଠାରୁ ଆରମ୍ଭ କରି ଜିଲାପାଳ ଏବଂ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କେହି ଦୃଷ୍ଟି ଦେଉନାହାନ୍ତି। ୨୦୨୦ରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜ୍ଜୁନ ଚରଣ ସେଠୀଙ୍କ ଏମ୍‌ପି ପାଣ୍ଠିରୁ ଅନୁମୋଦିତ ୪ଲକ୍ଷ ଟଙ୍କାର ଅନୁଦାନ ରାଶିରେ ଏଠାରେ ଭଗ୍ନ ଅବସ୍ଥାରେ ଥିବା ବିଶ୍ରାମାଗାରଟିକୁ ଭାଙ୍ଗି ନୂତନ ବିଶ୍ରାମାଗାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ବନ୍ତ ବ୍ଳକ ସହକାରୀ ଯନ୍ତ୍ରୀ ସୂଚନା ଦେଇଥିଲେ। ୩ବର୍ଷ ବିତିଯାଇଥିଲେ ସୁଦ୍ଧା ଏହାର କାର୍ଯ୍ୟ ଆରମ୍ଭରୁ ଅଟକିଥିବା ଜଣାପଡ଼ିଛି। ବିଶ୍ରାମାଗାର ନିର୍ମାଣ ହେଉଥିବା ଜାଗାଟି ଭଦ୍ରକ ବ୍ଲକ ଅଧୀନରେ ଥିବାରୁ ବନ୍ତ ବ୍ଲକ ଅନୁଦାନ ରାଶି ଏହା ନିର୍ମାଣ ହେବାରେ ବାଧକ ସାଜିଛି। ଯାହାଫଳରେ ଅର୍ଥ ମହଜୁଦ ଥାଇ ମଧ୍ୟ ବିଶ୍ରାମାଗାର ନିର୍ମାଣ ହୋଇପାରୁନାହିଁ। ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛାଶକ୍ତି ଅଭାବରୁ ଏହି ବିବାଦର ସମାଧାନ ଏପର୍ଯ୍ୟନ୍ତ ହୋଇପାରୁନାହିଁ। ସମସ୍ତ ବିବାଦର ସମାଧାନ କରି ଶୀଘ୍ର ଯାତ୍ରୀ ବିଶ୍ରାମାଗାର ନିର୍ମାଣ କରିବାକୁ ଓଡ଼ଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚ କିଶୋର କିଙ୍କର ପଢ଼ିଆରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri