ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୮ ଲୋକାଲ କେସ୍‌ ରହିଛି।
ତେବେ ଖୁସିର କଥା ହେଲା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇ ନାହାନ୍ତି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୨୧ଜଣ ରହିଥିବା ବେଳେ ବାଲେଶ୍ୱରରୁ ୮, ବରଗଡ଼ରୁ ୨୫, ଭଦ୍ରକରୁ ୫, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୧, କଟକରୁ ୧୧, ଦେବଗଡରୁ ୨, ଢେଙ୍କାନାଳରୁ ୨, ଗଜପତରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୯, ଖୋର୍ଦ୍ଧାରୁ ୧୧, କୋରାପୁଟରୁ ୩, ମୟୁରଭଞ୍ଜରୁ ୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨, ନୂଆପଡ଼ାରୁ ୧, ପୁରୀ ରୁ ୧୦, ସମ୍ବଲପୁରରୁ ୧୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୨, ଷ୍ଟେଟ ପୁଲରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୩ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୬୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?