ମିଲ୍‌ରେ କଟ୍‌ନିଛଟନି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ମାସେ ପୂରିବ। କିନ୍ତୁ ଜିଲାର ମଣ୍ଡି ଗୁଡ଼ିକରେ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ହୋଇପଡ଼ିଛି। କେତେକ ମିଲର୍ସଙ୍କ ସ୍ବେଚ୍ଛାଚାରିତା ଏବଂ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ଅଭିଯୋଗ ହୋଇଛି। ସେହିପରି କଟନୀଛଟନୀ ପ୍ରକ୍ରିୟା ମଧ୍ୟ ଜୋର୍‌ ଧରିଛି। ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ୪୦କି.ଗ୍ରା ପକେଟ୍‌ ପ୍ରତି ୧କି.ଗ୍ରା ଅର୍ଥାତ୍‌ କୁଇଣ୍ଟାଲ ପ୍ରତି ଅଢ଼େଇ କି.ଗ୍ରା ଧାନ କଟନୀଛଟନୀ ହେଉଥିବାବେଳେ ଏବେ ବିଭିନ୍ନ ସ୍ଥାନରେ ପକେଟ୍‌ ପ୍ରତି ୫ରୁ ୭କି.ଗ୍ରା ଯାଏ ଧାନ କଟନୀଛଟନୀ ହେଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ସେହିପରି ମଣ୍ଡିରେ ଧାନ ଗୁଣମାନ ଠିକ୍‌ ଥିବାବେଳେ ତାହା ରାଇସ୍‌ ମିଲ୍‌କୁ ପହଞ୍ଚିବା ପରେ ମିଲର୍ସମାନେ ପୁଣିଥରେ ଗୁଣମାନ ପରୀକ୍ଷା କରୁଛନ୍ତି ଏବଂ ନିଜ ମନଇଚ୍ଛା କଟନୀଛଟନୀ କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ବୁଧବାର ଜିଲାର ଅତାବିରା ବ୍ଲକ ଟୋପ୍‌ ଏବଂ ସିଂହପାଲି ଅଞ୍ଚଳର ଚାଷୀ ପ୍ରତିନିଧି ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ମୁଖ୍ୟ ଜିଲା ଯୋଗାଣ ଅଧିକାରୀ(ସିଏସଓ) ବିଭୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଫେରାଦ ହୋଇ ସ୍ମାରକପତ୍ର ପ୍ରଦାନ କରିଥିଲେ। ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ସ୍ମାରକପତ୍ର ଗ୍ରହଣ କରିଥିଲେ।
ସ୍ମାରକପତ୍ରରେ ଉଲ୍ଳେଖ ରହିଛି, ଉକ୍ତ ଅଞ୍ଚଳର ଚାଷୀମାନେ କଟନୀଛଟନୀକୁ ବିରୋଧ କଲେ କେତେକ ମିଲର୍ସ ଧାନ ଫେରାଇ ନେବାକୁ କହୁଛନ୍ତି। ଏପରିକି ସେ ନେଇ ଯାହାପାଖରେ ଅଭିଯୋଗ କରିବାର ଅଛି, ସେଠାକୁ ଯାଇ ଅଭିଯୋଗ କର ବୋଲି ଧମକ୍‌ ମଧ୍ୟ ଦେଉଥିବା ଅଭିଯୋଗ ହୋଇଛି। କଟନୀଛଟନୀ ସହିତ ଧାନ ଉଠାଣରେ ମିଲର୍ସମାନେ ସେଭଳି ମନମାନୀ ଚଲାଉଥିବାରୁ ଚାଷୀମାନେ ଶୋଷିତ ହେଉଛନ୍ତି। ଏ ନେଇ ସ୍ଥାନୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ କିଛି ସୁଫଳ ମିଳୁ ନଥିବା ଚାଷୀ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ମୌସୁମୀ ପାଖେଇ ଆସୁଥିବା ଯୋଗୁ ଚାଷୀମାନେ ଚିନ୍ତିତ ହୋଇ ପଡ଼ିଛନ୍ତି। ଏଭଳି ସ୍ଥିତିରେ ବିନା କଟନୀଛଟନୀରେ ମଣ୍ଡି ଗୁଡ଼ିକରେ ଧାନ ଉଠାଣକୁ ତ୍ୱରାନ୍ବିତ କରାଯିବାକୁ ଚାଷୀମାନେ ଦାବି କରିଛନ୍ତି। କେଦାରେଶ୍ୱର ମିଶ୍ର, ଏମ୍‌. ଗୋପାଳକ୍ରିଷ୍ଣା, ଗଜାନନ ରଣା, ଘନଶ୍ୟାମ କୁଦେଇ ପ୍ରମୁଖ ଚାଷୀଙ୍କ ସ୍ବାକ୍ଷର ସ୍ମାରକପତ୍ରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri