୭ ଦିନ ଯାଏ ବାତ୍ୟା ସୂଚନା ନାହିଁ: ଆଇଏମ୍‌ଡି

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଆସନ୍ତା ୨୨ରୁ ୨୪ ମଧ୍ୟରେ ଓଡ଼ିଶା ପ୍ରତି ବାତ୍ୟା ବିପଦ ରହିଥିବା ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ କହୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏହାକୁ ଖଣ୍ଡନ କରିଛି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୭ ଦିନ ପର୍ଯ୍ୟନ୍ତ ପାଣିପାଗ ବିଭାଗ ପୂର୍ବାନୁମାନ କରିପାରିବ। ଏହି ସମୟ ପର୍ଯ୍ୟନ୍ତ ବାତ୍ୟାର କୌଣସି ସୂଚନା ନାହିଁ। ପାଣିପାଗ ସହ ଜଡ଼ିତ ଠିକ୍‌ ସୂଚନା ଦେବା ପାଇଁ ଆଇଏମ୍‌ଡି ୨୪ ଘଣ୍ଟା କାର୍ଯ୍ୟରତ ରହିଛି । ତେଣୁ କୌଣସି ଗୁଜବଠାରୁ ଦୂରେଇ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଅନ୍ୟପକ୍ଷରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ବାୟୁମଣ୍ଡଳରେ ଆଦର୍ର୍‌ରତା ବଢ଼ିଯାଉଛି। ଦିନ ସମୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହୁଛି। ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁରରେ ୫୫.୬ ମିଲିମିଟର ବର୍ଷା ହୋଇଥିବା ବେଳେ ବୌଦ୍ଧ ୭୬, କୋରାପୁଟ ୪୮, ଝାରସୁଗୁଡ଼ା ୨୨.୮, କେନ୍ଦୁଝର ୨୩.୨, ଭବାନୀପାଟଣା ୧୮.୨, ବଲାଙ୍ଗୀର ୨୮.୨, ସୋନପୁର ୧୩, ଯାଜପୁର ୨୪ ଏବଂ ଦାରିଙ୍ଗବାଡ଼ିରେ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ତାରିଖରେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri