୭ ଦିନ ଯାଏ ବାତ୍ୟା ସୂଚନା ନାହିଁ: ଆଇଏମ୍‌ଡି

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଆସନ୍ତା ୨୨ରୁ ୨୪ ମଧ୍ୟରେ ଓଡ଼ିଶା ପ୍ରତି ବାତ୍ୟା ବିପଦ ରହିଥିବା ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ କହୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏହାକୁ ଖଣ୍ଡନ କରିଛି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୭ ଦିନ ପର୍ଯ୍ୟନ୍ତ ପାଣିପାଗ ବିଭାଗ ପୂର୍ବାନୁମାନ କରିପାରିବ। ଏହି ସମୟ ପର୍ଯ୍ୟନ୍ତ ବାତ୍ୟାର କୌଣସି ସୂଚନା ନାହିଁ। ପାଣିପାଗ ସହ ଜଡ଼ିତ ଠିକ୍‌ ସୂଚନା ଦେବା ପାଇଁ ଆଇଏମ୍‌ଡି ୨୪ ଘଣ୍ଟା କାର୍ଯ୍ୟରତ ରହିଛି । ତେଣୁ କୌଣସି ଗୁଜବଠାରୁ ଦୂରେଇ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଅନ୍ୟପକ୍ଷରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ବାୟୁମଣ୍ଡଳରେ ଆଦର୍ର୍‌ରତା ବଢ଼ିଯାଉଛି। ଦିନ ସମୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହୁଛି। ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁରରେ ୫୫.୬ ମିଲିମିଟର ବର୍ଷା ହୋଇଥିବା ବେଳେ ବୌଦ୍ଧ ୭୬, କୋରାପୁଟ ୪୮, ଝାରସୁଗୁଡ଼ା ୨୨.୮, କେନ୍ଦୁଝର ୨୩.୨, ଭବାନୀପାଟଣା ୧୮.୨, ବଲାଙ୍ଗୀର ୨୮.୨, ସୋନପୁର ୧୩, ଯାଜପୁର ୨୪ ଏବଂ ଦାରିଙ୍ଗବାଡ଼ିରେ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ତାରିଖରେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri