ଡେଙ୍ଗୁରେ କୌଣସି ଲୋକଙ୍କ ମୃତ୍ୟୁ ହୋଇନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ତାଙ୍କର ପ୍ରତିକ୍ରିୟା ଦେଇ
କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୮୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତ। ୨୭ ହଜାର ୭୫୯ ସାମ୍ପୁଲ ଟେଷ୍ଟ ହୋଇଥିବା ବେଳେ ୩୭୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରେ ସର୍ବାଧିକ ୨୧୩୮ ଚିହ୍ନଟ ହୋଇଥିବା ବେଳେ କୋରାପୁଟରେ ୩୫୯, ରାୟଗଡ଼ାରେ ୩୨୧, ମାଲକାନାଗିରିରେ ୨୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ସରକାରୀ ଭାବେ ଡେଙ୍ଗୁରେ କୌଣସି ଲୋକଙ୍କ ମୃତ୍ୟୁ ହୋଇନାହିଁ ବୋଲି ମଧ୍ୟ କହିଛନ୍ତି।