Posted inଜାତୀୟ

ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ୟୁପିରେ କାହାରି ମୃତ୍ୟୁ ହୋଇନାହିଁ

ଲକ୍ଷ୍ନୌ,୧୬।୧୨: କୋଭିଡ୍‌-୧୯ର ଦ୍ୱିତୀୟ ଲହର ବେଳେ ଉତ୍ତରପ୍ରଦେଶ(ୟୁପି)ରେ ଅକ୍ସିଜେନ ଅଭାବରୁ କାହାରି ମୃତ୍ୟୁ ହୋଇନାହିଁ। ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର। ରାଜ୍ୟ ସରକାରଙ୍କ ଏହି ଦାବିକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି ବିରୋଧୀ।

ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ଦୀପକ ସିଂ ପ୍ରଶ୍ନ କରିଥିଲେ ଯେ, ରାଜ୍ୟରେ ଅକ୍ସିଜେନ ଅଭାବରୁ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ଅନେକ ମନ୍ତ୍ରୀ ପତ୍ର ଲେଖିଥିଲେ। ଏହା ଛଡ଼ା ସମାନ ଅଭିଯୋଗ ଆଣିଥିଲେ ଅନେକ ଏମ୍‌ପି। ଅକ୍ସିଜେନ ଅଭାବରୁ ବହୁ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି।ଏହି କାରଣରୁ ପୂରା ରାଜ୍ୟରେ କେତେ ସଂଖ୍ୟାରେ ମୃତ୍ୟୁ ହୋଇଛି, ତାହା ଉପରେ ସରକାରଙ୍କ ପାଖରେ କିଛି ତଥ୍ୟ ଅଛି କି?

ଏହାର ଉତ୍ତରରେ ସ୍ବାସ୍ଥ୍ୟମନ୍ତ୍ରୀ ଜୟ ପ୍ରତାପ ସିଂ କହିଛନ୍ତି, ମହାମାରୀର ଦ୍ୱିତୀୟ ଲହରରେ ୨୨,୯୧୫ ଜଣ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା। କିନ୍ତୁ ଅକ୍ସିଜେନ ଅଭାବରୁ ରାଜ୍ୟରେ କୌଣସି ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇନାହିଁ। କୋଭିଡ୍‌ ଯୋଗୁ ହସ୍ପିଟାଲରେ ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କୁ ଡାକ୍ତର ମୃତ୍ୟୁ ପ୍ରମାଣପତ୍ର ଦେଇଛନ୍ତି। ମହାମାରୀ ସମୟରେ ଲୋକେ ଅନ୍ୟ ରୋଗରେ ପ୍ରାଣ ହରାଇଥିଲେ। ରାଜ୍ୟର ଯେଉଁ ସ୍ଥାନରେ ଅକ୍ସିଜେନ ଅଭାବ ଦେଖାଦେଇଥିଲା, ଅନ୍ୟ ରାଜ୍ୟରୁ ସେଠାକୁ ଯୋଗାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri