Posted inଜାତୀୟ

ଜୁଲାଇ ୧୧ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷିତ ହୋଇପାରିବେନି ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ,୨୭।୬: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ସଙ୍କଟ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଇତିମଧ୍ୟରେ ମହାରାଷ୍ଟ୍ର ସରକାରରେ ଜଣେ ମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ସିନ୍ଧେ ଏବଂ ଅନ୍ୟ ୧୫ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ନୋଟିସ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହୋଇଛି। ଯେଉଁଥିରେ ମହାରାଷ୍ଟ୍ରର ଉପବାଚସ୍ପତି ନରହରୀ ଜିର୍‌ୱାଲଙ୍କୁ ଝଟ୍‌କା ଲାଗିଛି। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ମହାରାଷ୍ଟ୍ରର ଉପବାଚସ୍ପତି, ରାଜ୍ୟ ବିଧାନସଭା ସଚିବ, କେନ୍ଦ୍ର ଏବଂ ଅନ୍ୟମାନଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହ ଶିବସେନା ନେତା ଅଜୟ ଚୌଧୁରୀ, ସୁନୀଲ ପ୍ରଭୁଙ୍କୁ ମଧ୍ୟ ସୁପ୍ରିମକୋର୍ଟ ନୋଟିସ ଜାରି କରି ସେମାନଙ୍କୁ ୫ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୧ରେ ହେବ ବୋଲି ଜଣାପଡ଼ିଛି। ତେବେ ଉକ୍ତ ଦିନ ପର୍ଯ୍ୟନ୍ତ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିପାରିବେ ନାହିଁ ଉପବାଚସ୍ପତି। ଜୁଲାଇ ୧୧ ତାରିଖ ସନ୍ଧ୍ୟା ୫ଟା ୩୦ ସୁଦ୍ଧା ଜବାବ ଦେବାକୁ ସୁପ୍ରିମକୋର୍ଟ ସମୟ ବୃଦ୍ଧି କରିଛନ୍ତି। ଅନ୍ୟପକ୍ଷେ ବିଦ୍ରୋହୀ ବିଧାୟକ କୋର୍ଟରେ କେତେକ ଯୁକ୍ତି ବାଢ଼ିଥିଲେ। ତେବେ ସମସ୍ତଙ୍କ କଥାକୁ ବିଚାର କରି କୋର୍ଟ କହିଛନ୍ତି ଯେ, ଯେତେବେଳେ ବିଦ୍ରୋହୀ ବିଧାୟକମାନେ ତାଙ୍କ ବିରୋଧରେ କୌଣସି ଅନାସ୍ଥା ନୋଟିସ ଦେଇଥିଲେ, ସେତେବେଳେ ଏହାକୁ ଗୃହରେ ନ ରଖି ଉପବାଚସ୍ପତି କିପରି ପ୍ରତ୍ୟାଖ୍ୟାନ କରିଥିଲେ। ଉପବାଚସ୍ପତିଙ୍କ ଭୂମିକା ସନ୍ଦେହଜନକ, ତେଣୁ ସେ ବିଦ୍ରୋହୀ ବିଧାୟକଙ୍କୁ କିପରି ଅଯୋଗ୍ୟ ଘୋଷିତ କରିପାରିବେ ବୋଲି ବିଦ୍ରୋହୀ ବିଧାୟକମାନେ କୋର୍ଟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri