‘ଡାକୋଟାରେ ନାହିଁ ହରିଣ ଚିହ୍ନ, ପ୍ରକୃତ ରଙ୍ଗ ଦିଆଯାଇନି’

ପୁରୀ ଅଫିସ, ୧୮ା୩: ଭୁବନେଶ୍ୱର ବିମାନବନ୍ଦର ନିକଟସ୍ଥ ଡାକୋଟା ବିମାନ ସମ୍ମୁଖରେ ଶୁକ୍ରବାର ଶ୍ରୀଜଗନ୍ନାଥ ସେନା ବିକ୍ଷୋଭ କରିଛି। ପୁରୀ ସହରରେ ଏହି ବିମାନ ରଖାଯିବାକୁ ଦାବି କରାଯାଇଛି। ଏଥିସହ ଡାକୋଟାରେ ଫୁଲ ଦିଆଯାଇ ପୂଜାର୍ଚ୍ଚନା କରାଯାଇଛି। ଡାକୋଟାରେ କଳିଙ୍ଗ ଏୟାର ଲାଇନ୍ସର ହରିଣ ଚିହ୍ନ ନ ଥିବାବେଳେ ପ୍ରକୃତ ରଙ୍ଗ ଦିଆଯାଇନାହିଁ ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣିଛି।
ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରିୟ ଡାକୋଟା ବିମାନକୁ କବାଡ଼ିିଆକୁ ବିକିଦେବା ପାଇଁ ଷଡ଼ଯନ୍ତ୍ର କରାଯାଇଥିଲା। ମାତ୍ର ଶ୍ରୀଜଗନ୍ନାଥ ସେନାର ହସ୍ତକ୍ଷେପ ପରେ ବିକ୍ରି ସ୍ଥଗିତ ରହିଥିଲା। ସେହିପରି ଡାକୋଟାକୁ ଓଡ଼ିଶା ଫେରାଇ ଆଣିବା ଲାଗି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ବିମାନ ଚଳାଚଳ ମନ୍ତ୍ରୀ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ମଧ୍ୟ ଦିଆଯାଇଥିଲା। ଶେଷରେ କୋଲକାତାରୁ ଓଡ଼ିଶାକୁ ଡାକୋଟା ବିମାନ ଫେରିଲା। ବିମାନକୁ ଏକ ଭଲ ସ୍ଥାନରେ ରଖିବା ପାଇଁ କେନ୍ଦ୍ର ବିମାନ ଚଳାଚଳ ବିଭାଗ ଅନୁମତି ଦେଇଥିଲା। ତେବେ ଦୁଃଖର ବିଷୟ ବିମାନ ଆସିବା ବେଳେ ରାଜ୍ୟ ସରକାର ଶ୍ରୀଜଗନ୍ନାଥ ସେନାକୁ ଭୁଲିଗଲେ। ଉଦ୍‌ଘାଟନ ସମୟରେ ନିୟନ୍ତ୍ରଣପତ୍ର ଦେଲେ ନାହିଁ। ଡାକୋଟାକୁ ପୁରୀ ଆଣିବା ପାଇଁ ଶ୍ରୀଜଗନ୍ନାଥ ସେନା ଦାବି କରିଥିଲା। ମାତ୍ର ସରକାର ତାହାକୁ ଭୁବନେଶ୍ୱର ବିମାନ ବନ୍ଦରରେ ରଖିଲେ। ଫଳରେ ବିମାନକୁ ଦେଶ ବିଦେଶର ପର୍ଯ୍ୟଟକ ଦେଖିପାରୁନାହାନ୍ତି। ସେହିପରି ବିମାନରେ ପ୍ରକୃତ ରଙ୍ଗ ଲଗାଯାଇନାହିଁ, ଅଲଗା ରଙ୍ଗ ଦିଆଯାଇଛି। କଳିଙ୍ଗ ଏୟାର ଲାଇନ୍ସର ଚିହ୍ନ ହରିଣ ରହିଥାଏ, ଯାହାକୁ ଡାକୋଟା ବିମାନରେ ଦିଆଯାଇନାହିଁ। ତେଣୁ ସରକାର ଉକ୍ତ ବିମାନରେ ଡାକୋଟାର ପ୍ରକୃତ ରଙ୍ଗ ଦେବା ସହ ହରିଣ ଚିହ୍ନକୁ ସ୍ଥାନିତ କରନ୍ତୁ ବୋଲି ପଟ୍ଟନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri