Posted inଜାତୀୟ

‘ସ୍ଥାୟୀ ବେଞ୍ଚ ଲାଗି ପ୍ରସ୍ତାବ ଦେଇଛନ୍ତି ହେଲେ ସବିଶେଷ ତଥ୍ୟ ନାହିଁ ’

ନୂଆଦିଲ୍ଲୀ,୧୭।୧୨: ଓଡ଼ିଶା ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା ପାଇଁ ରାଜ୍ୟରୁ ସବିଶେଷ ପ୍ରସ୍ତାବ ମିଳି ନ ଥିବା କେନ୍ଦ୍ର ସରକାର ଶୁକ୍ରବାର ଲୋକ ସଭାରେ କହିଛନ୍ତି। ଭାଜପା ଏମ୍‌ପି ବସନ୍ତ ପଣ୍ଡା, କଂଗ୍ରେସ ସଦସ୍ୟ ସପ୍ତଗିରି ଉଲାକାଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ଲାଗି ରାଜ୍ୟ ସରକାର ଅନୁରୋଧ କରିଥିଲେ। ଏନେଇ ହାଇକୋର୍ଟଙ୍କ ସହ ପରାମର୍ଶ କରି ବେଞ୍ଚ୍‌ ସ୍ଥାପନ ହେବାକୁ ଥିବା ସ୍ଥାନ ସମେତ ସବିଶେଷ ପ୍ରସ୍ତାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଥିଲା। ତେବେ ଏ ପର୍ଯ୍ୟନ୍ତ ଓଡ଼ିଶା ସରକାର ଏହାର ଜବାବ ଦେଇ ନାହାନ୍ତି। ତେଣୁ ବେଞ୍ଚ୍‌ ସ୍ଥାପନ ଲାଗି କୌଣସି ସବିଶେଷ ପ୍ରସ୍ତାବ କେନ୍ଦ୍ରର ବିଚାରାଧୀନ ନ ଥିବା ରିଜିଜୁ କହିଛନ୍ତି।

ସୂଚନାଯୋଗ୍ୟ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ସ୍ଥାପନ ଲାଗି ରାଜ୍ୟ ସରକାର ଓ ଜନସାଧାରଣଙ୍କ ପକ୍ଷରୁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଏଥିପାଇଁ ଅତୀତରେ ରାଜ୍ୟର ଆଇନଜୀବୀମାନେ ଏକାଧିକ ଥର ଧର୍ମଘଟ କରିଛନ୍ତି। ବିଜେଡି ଏମ୍‌ପିମାନେ ପାର୍ଲାମେଣ୍ଟରେ ଅନେକ ଥର ଏହି ପ୍ରସଙ୍ଗ ଉଠାଇଛନ୍ତି। ଚଳିତ ଅଧିବେଶନରେ ମଧ୍ୟ ବିଜେଡି ଏମ୍‌ପିମାନେ କେନ୍ଦ୍ର ସରକାରଙ୍କୁ ଏଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri