ବିନା ସୂଚନା ଫଳକରେ ହେବନାହିଁ ଉନ୍ନୟନ କାର୍ଯ୍ୟ

ନୂଆପଡ଼ା,୨୨ା୫ (ମକାରୁ ବେମାଲ):ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ମଙ୍ଗଳବାର ୬ଷ୍ଠତମ ଜିଲା ପରିଷଦର ୮ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କଲାହାଣ୍ଡି ଏମ୍‌ପି ମାଳବିକା ଦେବୀ, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ଜିଲାପାଳ ମଧୁସୂଦନ ଦାଶ, ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ମହାଦେବ ବୁଡାଇକ, ଜିଲା ପରିଷଦ ଉପାଧ୍ୟକ୍ଷ ଦୀପିକା ଦୀପ, ସମସ୍ତ ଜିଲା ପରିଷଦ ସଦସ୍ୟ ଓ ବ୍ଲକ୍‌ ଅଧ୍ୟକ୍ଷ ଉପସ୍ଥିତ ଥିଲେ। ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ମାଝି ସମସ୍ତ ଜନ ପ୍ରତିନିଧି ଓ ଅଧିକାରୀଙ୍କୁ ସମ୍ବୋଧନକରି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ବିଗତ ବୈଠକରେ ସଦସ୍ୟମାନେ ଉପସ୍ଥାପନ କରିଥିବା ସମସ୍ତ ଅଭିଯୋଗ ଉପରେ କ’ଣ ସବୁ ପଦକ୍ଷେପ ନିଆଯାଇଛି ସେ ଉପରେ ଅଧିକାରୀମାନେ ନିଜ ମତ ରଖିଥିଲେ। ଅସମ୍ପୂର୍ଣ୍ଣ ରହିଥିବା ସମସ୍ତ କାର୍ଯ୍ୟ ଶୀଘ୍ର ସାରିବା ଉପରେ ଏମ୍‌ପି ଓ ବିଧାୟକ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ବିଶେଷକରି କୃଷି ଓ ଉଦ୍ୟାନ କୃଷି ଯୋଜନାରେ ହିତାଧିକାରୀ ଚୟନ ସମୟରେ ଜନ ପ୍ରତିନିଧିଙ୍କୁ ସାମିଲ କରିବା ଉପରେ ଜିଲା ପରିଷଦ ସଦସ୍ୟ ଦାବି କରିଥିଲେ। ଏଥର ମୁଖ୍ୟମନ୍ତ୍ରୀ ମତ୍ସ୍ୟ ପୋଖରୀ ଯୋଜନା ୧୦୮ ହେକ୍ଟର ଥିବାରୁ ଠିକ୍‌ ସମୟରେ କାମ ସାରିବା ପାଇଁ ଜିଲାପାଳ କହିଥିଲେ। ଜିଲାରେ ବିନା ସୂଚନା ଫଳକରେ କୌଣସି ଉନ୍ନୟନମୂଳକ କାମ ହେବ ନାହିଁ ବୋଲି ବିଧାୟକ ପାଣିଗ୍ରାହୀ କହିଥିଲେ। କଳାହାଣ୍ଡି ଏମ୍‌ପି ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଲୟରେ ପାନୀୟ ଜଳ, ବିଦ୍ୟୁତ୍‌ ଓ ସ୍ବଚ୍ଛ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା ପାଇଁ କହିଥିଲେ। ଏହାସହ ପ୍ରତି ଗାଁ ଓ ବ୍ୟକ୍ତିଙ୍କ ପାଖରେ ସ୍ବାସ୍ଥ୍ୟ, ପାନୀୟ ଜଳ, ବିଦ୍ୟୁତ୍‌, ପରିମଳ ଭଳି ଅତ୍ୟାବଶ୍ୟକ ସେବା ଯୋଗାଇଦେବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସେ ଆହ୍ବାନ କରିଥିଲେ। ବୈଠକରେ ସମସ୍ତ ଜିଲା ଓ ବ୍ଲକ୍‌ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri