ବିନା ସୂଚନା ଫଳକରେ ହେବନାହିଁ ଉନ୍ନୟନ କାର୍ଯ୍ୟ

ନୂଆପଡ଼ା,୨୨ା୫ (ମକାରୁ ବେମାଲ):ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ମଙ୍ଗଳବାର ୬ଷ୍ଠତମ ଜିଲା ପରିଷଦର ୮ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କଲାହାଣ୍ଡି ଏମ୍‌ପି ମାଳବିକା ଦେବୀ, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ଜିଲାପାଳ ମଧୁସୂଦନ ଦାଶ, ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ମହାଦେବ ବୁଡାଇକ, ଜିଲା ପରିଷଦ ଉପାଧ୍ୟକ୍ଷ ଦୀପିକା ଦୀପ, ସମସ୍ତ ଜିଲା ପରିଷଦ ସଦସ୍ୟ ଓ ବ୍ଲକ୍‌ ଅଧ୍ୟକ୍ଷ ଉପସ୍ଥିତ ଥିଲେ। ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ମାଝି ସମସ୍ତ ଜନ ପ୍ରତିନିଧି ଓ ଅଧିକାରୀଙ୍କୁ ସମ୍ବୋଧନକରି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ବିଗତ ବୈଠକରେ ସଦସ୍ୟମାନେ ଉପସ୍ଥାପନ କରିଥିବା ସମସ୍ତ ଅଭିଯୋଗ ଉପରେ କ’ଣ ସବୁ ପଦକ୍ଷେପ ନିଆଯାଇଛି ସେ ଉପରେ ଅଧିକାରୀମାନେ ନିଜ ମତ ରଖିଥିଲେ। ଅସମ୍ପୂର୍ଣ୍ଣ ରହିଥିବା ସମସ୍ତ କାର୍ଯ୍ୟ ଶୀଘ୍ର ସାରିବା ଉପରେ ଏମ୍‌ପି ଓ ବିଧାୟକ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ବିଶେଷକରି କୃଷି ଓ ଉଦ୍ୟାନ କୃଷି ଯୋଜନାରେ ହିତାଧିକାରୀ ଚୟନ ସମୟରେ ଜନ ପ୍ରତିନିଧିଙ୍କୁ ସାମିଲ କରିବା ଉପରେ ଜିଲା ପରିଷଦ ସଦସ୍ୟ ଦାବି କରିଥିଲେ। ଏଥର ମୁଖ୍ୟମନ୍ତ୍ରୀ ମତ୍ସ୍ୟ ପୋଖରୀ ଯୋଜନା ୧୦୮ ହେକ୍ଟର ଥିବାରୁ ଠିକ୍‌ ସମୟରେ କାମ ସାରିବା ପାଇଁ ଜିଲାପାଳ କହିଥିଲେ। ଜିଲାରେ ବିନା ସୂଚନା ଫଳକରେ କୌଣସି ଉନ୍ନୟନମୂଳକ କାମ ହେବ ନାହିଁ ବୋଲି ବିଧାୟକ ପାଣିଗ୍ରାହୀ କହିଥିଲେ। କଳାହାଣ୍ଡି ଏମ୍‌ପି ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଲୟରେ ପାନୀୟ ଜଳ, ବିଦ୍ୟୁତ୍‌ ଓ ସ୍ବଚ୍ଛ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା ପାଇଁ କହିଥିଲେ। ଏହାସହ ପ୍ରତି ଗାଁ ଓ ବ୍ୟକ୍ତିଙ୍କ ପାଖରେ ସ୍ବାସ୍ଥ୍ୟ, ପାନୀୟ ଜଳ, ବିଦ୍ୟୁତ୍‌, ପରିମଳ ଭଳି ଅତ୍ୟାବଶ୍ୟକ ସେବା ଯୋଗାଇଦେବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସେ ଆହ୍ବାନ କରିଥିଲେ। ବୈଠକରେ ସମସ୍ତ ଜିଲା ଓ ବ୍ଲକ୍‌ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri