‘ଡେପୁଟେଶନ ଅବଧି ସରିଲା ପରେ ନିର୍ଦ୍ଦେଶକ ରହିବାର ଅଧିକାର ନାହିଁ’

କଟକ ଅଫିସ,୨୨ା୧୨: ୫ ବର୍ଷ ଡେପୁଟେଶନ ଅବଧି ପୂରିଯିବା ପରେ କେନ୍ଦ୍ର ସରକାରଙ୍କ ଅଧୀନ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ (ନିର୍‌ତାର)ର ନିର୍ଦ୍ଦେଶକ ପଦରେ ରହିବାର ଅଧିକାର ଡା. ଶକ୍ତି ପ୍ରସାଦ ଦାସଙ୍କର ନାହିଁ। ଏନେଇ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଏ. କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମବାର ସ୍ପଷ୍ଟ କରିଛନ୍ତି। ଡା. ଦାସଙ୍କ ପକ୍ଷରୁ ଦାଖଲ ରିଟ୍‌ ଅପିଲକୁ ଖାରଜ କରିଦେଇ ଖଣ୍ଡପୀଠ ପୂର୍ବରୁ ବିଚାରପତି ବି.ଆର୍‌. ଷଡ଼ଙ୍ଗୀଙ୍କ ଦ୍ୱାରା ପ୍ରଦତ୍ତ ରାୟକୁ କାଏମ ରଖିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଡା. ଦାସ ୨୦୧୬ ଜାନୁୟାରୀ ୨୮ରେ କଟକ ଜିଲା ଓଲଟପୁରଠାରେ ଥିବା ଏସ୍‌ଭି ନିର୍‌ତାରର ନିର୍ଦ୍ଦେଶକ ପଦରେ ତିନିବର୍ଷ ପାଇଁ ଡେପୁଟେଶନ ଭିତ୍ତିରେ ଯୋଗଦେଇଥିଲେ। ପରେ କେନ୍ଦ୍ର ସରକାର ଡେପୁଟେଶନ ଅବଧିକୁ ଆଉ ଦୁଇବର୍ଷ ବଢ଼ାଇ ଦେଇଥିଲେ। ମୋଟ୍‌ ୫ ବର୍ଷ ଡେପୁଟେଶନ ସମୟ ୨୦୨୧ ଜାନୁୟାରୀ ୨୭ରେ ପୂରଣ ହୋଇଯାଇଥିବାରୁ କାର୍ଯ୍ୟକାଳ ପୁଣି ୨ ବର୍ଷ ବୃଦ୍ଧି କରିବା ପାଇଁ ସେ ଦରଖାସ୍ତ କରିଥିଲେ। ମାତ୍ର ତାହା ନ କରି ସରକାର ନିୟମିତ ନିର୍ଦ୍ଦେଶକ ନିଯୁକ୍ତି ପର୍ଯ୍ୟନ୍ତ ତାଙ୍କୁ ସାମୟିକ ଭାବେ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ନିୟମିତ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ସର୍ବଭାରତୀୟ ସ୍ତରରେ ବିଜ୍ଞାପନ ପ୍ରକାଶ କରି ଦରଖାସ୍ତ ଆହ୍ବାନ କରିଥିଲେ। ମାତ୍ର ବିଜ୍ଞାପନକୁ ରଦ୍ଦ କରି ତାଙ୍କ ଡେପୁଟେଶନ ଅବଧି ଆଉ ୨ ବର୍ଷ ବଢ଼ାଇଦେବା ପାଇଁ ଆବେଦନ କରି ଡା. ଦାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତ ନଭେମ୍ବର ୧୬ରେ ବିଚାରପତି ଷଡ଼ଙ୍ଗୀ ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଦେଇଥିଲେ। ତାଙ୍କ ରାୟ ବିରୋଧରେ ଡା. ଦାସ ରିଟ୍‌ ଅପିଲ ଦାଖଲ କରିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଏସଜି ପ୍ରସନ୍ନ କୁମାର ପାଢ଼ୀ କୋର୍ଟଙ୍କୁ ଅବଗତ କରାଇଥିଲେ ଯେ, ବିଜ୍ଞାପନ ଅନୁସାରେ ନୂତନ ନିର୍ଦ୍ଦେଶକ ନିଯୁକ୍ତି ପାଇଁ କାର୍ଯ୍ୟ ଚାଲିଛି, ଶୀଘ୍ର ଏହି ପ୍ରକ୍ରିୟା ଶେଷ ହେବ। ଆବେଦନକାରୀ ଡା. ଦାସଙ୍କ ପକ୍ଷରୁ ଆଇନଜୀବୀ ବିଭୁପ୍ରସାଦ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri