‘ଡେପୁଟେଶନ ଅବଧି ସରିଲା ପରେ ନିର୍ଦ୍ଦେଶକ ରହିବାର ଅଧିକାର ନାହିଁ’

କଟକ ଅଫିସ,୨୨ା୧୨: ୫ ବର୍ଷ ଡେପୁଟେଶନ ଅବଧି ପୂରିଯିବା ପରେ କେନ୍ଦ୍ର ସରକାରଙ୍କ ଅଧୀନ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ (ନିର୍‌ତାର)ର ନିର୍ଦ୍ଦେଶକ ପଦରେ ରହିବାର ଅଧିକାର ଡା. ଶକ୍ତି ପ୍ରସାଦ ଦାସଙ୍କର ନାହିଁ। ଏନେଇ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଏ. କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସୋମବାର ସ୍ପଷ୍ଟ କରିଛନ୍ତି। ଡା. ଦାସଙ୍କ ପକ୍ଷରୁ ଦାଖଲ ରିଟ୍‌ ଅପିଲକୁ ଖାରଜ କରିଦେଇ ଖଣ୍ଡପୀଠ ପୂର୍ବରୁ ବିଚାରପତି ବି.ଆର୍‌. ଷଡ଼ଙ୍ଗୀଙ୍କ ଦ୍ୱାରା ପ୍ରଦତ୍ତ ରାୟକୁ କାଏମ ରଖିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଡା. ଦାସ ୨୦୧୬ ଜାନୁୟାରୀ ୨୮ରେ କଟକ ଜିଲା ଓଲଟପୁରଠାରେ ଥିବା ଏସ୍‌ଭି ନିର୍‌ତାରର ନିର୍ଦ୍ଦେଶକ ପଦରେ ତିନିବର୍ଷ ପାଇଁ ଡେପୁଟେଶନ ଭିତ୍ତିରେ ଯୋଗଦେଇଥିଲେ। ପରେ କେନ୍ଦ୍ର ସରକାର ଡେପୁଟେଶନ ଅବଧିକୁ ଆଉ ଦୁଇବର୍ଷ ବଢ଼ାଇ ଦେଇଥିଲେ। ମୋଟ୍‌ ୫ ବର୍ଷ ଡେପୁଟେଶନ ସମୟ ୨୦୨୧ ଜାନୁୟାରୀ ୨୭ରେ ପୂରଣ ହୋଇଯାଇଥିବାରୁ କାର୍ଯ୍ୟକାଳ ପୁଣି ୨ ବର୍ଷ ବୃଦ୍ଧି କରିବା ପାଇଁ ସେ ଦରଖାସ୍ତ କରିଥିଲେ। ମାତ୍ର ତାହା ନ କରି ସରକାର ନିୟମିତ ନିର୍ଦ୍ଦେଶକ ନିଯୁକ୍ତି ପର୍ଯ୍ୟନ୍ତ ତାଙ୍କୁ ସାମୟିକ ଭାବେ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ନିୟମିତ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ସର୍ବଭାରତୀୟ ସ୍ତରରେ ବିଜ୍ଞାପନ ପ୍ରକାଶ କରି ଦରଖାସ୍ତ ଆହ୍ବାନ କରିଥିଲେ। ମାତ୍ର ବିଜ୍ଞାପନକୁ ରଦ୍ଦ କରି ତାଙ୍କ ଡେପୁଟେଶନ ଅବଧି ଆଉ ୨ ବର୍ଷ ବଢ଼ାଇଦେବା ପାଇଁ ଆବେଦନ କରି ଡା. ଦାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତ ନଭେମ୍ବର ୧୬ରେ ବିଚାରପତି ଷଡ଼ଙ୍ଗୀ ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଦେଇଥିଲେ। ତାଙ୍କ ରାୟ ବିରୋଧରେ ଡା. ଦାସ ରିଟ୍‌ ଅପିଲ ଦାଖଲ କରିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଏସଜି ପ୍ରସନ୍ନ କୁମାର ପାଢ଼ୀ କୋର୍ଟଙ୍କୁ ଅବଗତ କରାଇଥିଲେ ଯେ, ବିଜ୍ଞାପନ ଅନୁସାରେ ନୂତନ ନିର୍ଦ୍ଦେଶକ ନିଯୁକ୍ତି ପାଇଁ କାର୍ଯ୍ୟ ଚାଲିଛି, ଶୀଘ୍ର ଏହି ପ୍ରକ୍ରିୟା ଶେଷ ହେବ। ଆବେଦନକାରୀ ଡା. ଦାସଙ୍କ ପକ୍ଷରୁ ଆଇନଜୀବୀ ବିଭୁପ୍ରସାଦ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri