ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼ ମିଛ କୁହାଯାଉଛି। ଇସଲାମାବାଦରେ ସେ ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ସହ କ୍ରିକେଟ୍‌ ଡିପ୍ଲୋମାସି ଉପରେ ଆଲୋଚନା କରିଥିବା ଗଣମାଧ୍ୟମରେ ଦେଖାଯାଇଛି। ହେଲେ ଭାରତୀୟ ମିଡିଆ ଏହି କଥାକୁ ଖଣ୍ଡନ କରିଛି। ଆତଙ୍କବାଦୀ କାର୍ଯ୍ୟକଳାପ ଏବଂ ପଡୋଶୀ ଦେଶ ସହ ତିକ୍ତତାକୁ ନେଇ ଭାରତ ସରକାର ପ୍ରାୟ ୧୭ ବର୍ଷ ଧରି ଟିମ୍‌ ଇଣ୍ଡିଆକୁ ପାକିସ୍ତାନ ଯିବାକୁ ଅନୁମତି ଦେଇନାହିଁ। ଏହା ସେଠାରେ ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ରାସ୍ତାରେ କଣ୍ଟା ସାଜିଛି।
୨୦୧୭ ପରେ ପ୍ରଥମ ଥର ପାଇଁ କରାଯାଉଥିବା ଆଇସିସି ଟୁର୍ନାମେଣ୍ଟ ଚାମ୍ପିୟନ୍ସ ଟ୍ରଫିର ଆୟୋଜନ ଆସନ୍ତା ବର୍ଷ ପାକିସ୍ତାନରେ ହେବାକୁ ଯାଉଛି। ହେଲେ ଟିମ୍‌ ଇଣ୍ଡିଆ ସେଥିରେ ଭାଗ ନେବ କି ନାହିଁ ତାହାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏସବୁ ମଧ୍ୟରେ ପାକିସ୍ତାନୀ ଗଣମାଧ୍ୟମରେ ଉଭୟ ଦେଶର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ କ୍ରିକେଟକୁ ନେଇ ଚର୍ଚ୍ଚା ହୋଇଥିବା ଦେଖାଯାଇଥିଲା। ଏହାକୁ ଭାରତୀୟ ଗଣମାଧ୍ୟମ ଖଣ୍ଡନ କରିଛି।

ଭାରତୀୟ ଗଣମାଧ୍ୟମ କହିଛି ଯେ, ଇସଲାମାବାଦରେ ସେଭଳି କିଛି ହୋଇନାହିଁ ଯାହା ପାକିସ୍ତାନୀ ଗଣମାଧ୍ୟମ ନିଜ ରିପୋର୍ଟରେ ଦେଖାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri