Posted inରାଜ୍ୟ

Video: ମେଣ୍ଟ ପାଇଁ ହୋଇନାହିଁ ଆଲୋଚନା, ଦିଲ୍ଲୀରୁ ଫେରି ମନମୋହନ ସାମଲଙ୍କ ସୂଚନା

ଭୁବନେଶ୍ୱର,୮।୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ଦୀର୍ଘ ୧୫ ବର୍ଷ ପରେ ପୁଣି ମେଣ୍ଟ ହେଉଥିବା ଆଲୋଚନା ହେଉଛି। ଏହାରି ମଧ୍ୟରେ ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ”ଦିଲ୍ଲୀ ଗସ୍ତ ସମୟରେ ଓଡ଼ିଶାରେ ମେଣ୍ଟ ହେବା ନେଇ କୌଣସି ଆଲୋଚନା ହୋଇନଥିବା ସେ ଦୋହରାଇଛନ୍ତି।”

ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ। କେନ୍ଦ୍ରରେ ଏବଂ ରାଜ୍ୟରେ ଭାଜପା କିପରି ସରକାର ଗଠନ କରିବ ସେନେଇ ଆଲୋଚନା ହୋଇଥିବା ସେ କହିଛନ୍ତି।

ତେବେ ଆଲୋଚନା ହେଉଥିଲା କି ଆସନ ବୁଝାମଣା ଚୂଡ଼ାନ୍ତ ହେବା ପରେ ଉଭୟ ଦଳ ପକ୍ଷରୁ ମେଣ୍ଟ ନେଇ ଶୁକ୍ରବାର ଘୋଷଣା ହୋଇପାରେ। ଏହା ବ୍ୟତୀତ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୦୪ ଓ ୨୦୦୯ରେ ହୋଇଥିବା ମେଣ୍ଟଠାରୁ ନୂଆ ମେଣ୍ଟ ଭିନ୍ନ ହେବା ନେଇ ମଧ୍ୟ ଆଲୋଚନା ହେଉଥିଲା। ଏହା ହେଉଛି ଉଭୟ ଦଳ ମଧ୍ୟରେ ଆସନ ବୁଝାମଣା ହେଲେ ମଧ୍ୟ କେହି ସରକାରରେ ସାମିଲ ହେବେ ନାହିଁ।

ଅର୍ଥାତ୍‌ ବିଜେଡି କେନ୍ଦ୍ରରେ ଏନ୍‌ଡିଏର ଅଂଶୀଦାର ଦଳ ହେଲେ ମଧ୍ୟ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହେବ ନାହିଁ। ସେହିପରି ରାଜ୍ୟରେ ଭାଜପା ବିଜେଡି ସହିତ ବିଧାନସଭା ଆସନ ବୁଝାମଣା କଲେ ମଧ୍ୟ ସରକାରରେ ସାମିଲ ହେବ ନାହିଁ । ବାହାରେ ରହି ଉଭୟ ଉଭୟଙ୍କୁ ସମର୍ଥନ କରିବେ।

ଅନ୍ୟପକ୍ଷରେ ଆସନ୍ତା ୧୨ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଉଭୟ ଦଳ ପକ୍ଷରୁ ମିଳିତ ଭାବେ ମେଣ୍ଟ ନେଇ ଘୋଷଣା ହୋଇପାରେ ବୋଲି ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?