ନାହାନ୍ତି ଡାକ୍ତର, ମିଳୁନି ଚିକିତ୍ସା

ବଇଣ୍ଡା,୧୮ା୧ (ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଠାରେ ନିଯୁକ୍ତ ଡାକ୍ତର ଉଚ୍ଚ ଶିକ୍ଷା ପାଇଁ ଯାଇଥିବାବେଳେ ତାଙ୍କ ବଦଳରେ କାହାକୁ ନିଯୁକ୍ତ କରାଯାଇ ନାହିଁ। ଫଳରେ ରୋଗୀସେବା ବ୍ୟାହତ ହେଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଠାରୁ ଆରମ୍ଭ କରି ସ୍ଥାନୀୟ ବିଧାୟକ, ସ୍ବାସ୍ଥ୍ୟମନ୍ତ୍ରୀ, ସମ୍ବଲପୁର ଏମ୍‌ପିଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ବୁଧବାର ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କୁ ସମସ୍ୟା ବିଷୟରେ ଜଣାଇଛନ୍ତି।
ଗ୍ରାମବାସୀ ଉଲ୍ଲେଖ କରିଛନ୍ତି, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନୁନୁକାପଶି, ଗାଁ ବଇଣ୍ଡା, କଣ୍ଟେଇକୋଳିଆ, ଜାମୁନାଳୀ, ଲୁହାମୁଣ୍ଡା, ଆଠମଲ୍ଲିକ ବ୍ଲକର ପେଡିପଥର ପଞ୍ଚାୟତର ୩୫ ହଜାର ଲୋକ ଚିକିତ୍ସା ପାଇଁ ନିର୍ଭରଶୀଳ। ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳର ବହୁ ଗ୍ରାମର ଲୋକେ ଏଠାକୁ ଚିକିତ୍ସା ପାଇଁ ଆସୁଥିଲେ ହେଁ ସେବା ପାଇପାରୁନାହାନ୍ତି। ଜଣେ ଆୟୁଷ ଡାକ୍ତର ନିଯୁକ୍ତ ହୋଇଥିବା ବେଳେ ଏମ୍‌ବିବିଏସ୍‌ ଡାକ୍ତର ପଦବୀ ଖାଲି ପଡିଛି। ବିଶେଷକରି ଗ୍ରାମାଞ୍ଚଳରୁ ଆସୁଥିବା ଆସନ୍ନ ପ୍ରସବାମାନେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରସବ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ଏଠାରେ ଚିକିତ୍ସା ସେବା ନ ପାଇ ରୋଗୀମାନଙ୍କ ମଧ୍ୟରୁ ଅନେକେ ଘରୋଇ କ୍ଲିନିକକୁ ଯାଇ ଅଧିକ ଖର୍ଚ୍ଚାନ୍ତ ହେଉଥିବା ବେଳେ ଅନ୍ୟମାନେ ୩୫ କିମି ଦୂର କିଶୋରନଗର ନଚେତ ୭୦ କିମି ଦୂର ଅନୁଗୋଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ୫୫ ନମ୍ବର ଜାତୀୟ ରାଜପଥ କଡରେ ଏହି ମେଡିକାଲ ପଡୁଥିବା ବେଳେ ଅନେକ ସମୟରେ ଦୁର୍ଘଟଣାଗ୍ରସ୍ତଙ୍କୁ ଗୁରୁତର ଅବସ୍ଥାରେ ଏଠାକୁ ଅଣାଯାଉଛି। ହେଲେ ଡାକ୍ତର ନ ଥିବାରୁ ତୁରନ୍ତ ସେମାନଙ୍କୁ ରେଫର୍‌ କରିଦିଆଯାଉଛି। ସେହିପରି ଡାକ୍ତରଙ୍କ କ୍ବାର୍ଟର୍ସ ଓ ଅନ୍ୟ କର୍ମଚାରୀଙ୍କ କ୍ୱାର୍ଟର୍ସଗୁଡିକ ଦୀର୍ଘବର୍ଷ ତଳୁ ନିର୍ମାଣ ହୋଇଥିବାରୁ ତାହା ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରହିବାର ସୁବିଧା ନ ଥିବାରୁ ନିଯୁକ୍ତ ହେଉଥିବା ଡାକ୍ତରମାନେ ଏଠାରେ ନ ରହି ଅନ୍ୟସ୍ଥାନରେ ଭଡ଼ାରେ ରହୁଥିବା ଯୋଗୁ ୨୪ ଘଣ୍ଟିଆ ଚିକିତ୍ସା ସେବା ଲୋକଙ୍କୁ ମିଳିପାରୁ ନାହିଁ। ସ୍ଥାୟୀ ଡାକ୍ତର ନିଯୁକ୍ତ ସହ ବଇଣ୍ଡା ମେଡିକାଲକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ୧୦ ଡିସେମ୍ବର ୨୦୨୦, ୫ ମାର୍ଚ୍ଚ ୨୦୨୧, ୨୯ ମେ ୨୦୨୨, ୧୦ ଜାନୁଆରୀ ୨୦୨୩ରେ ରାଜ୍ୟ ସରକାରଙ୍କ ନିକଟରେ ଦାବି କରାଯାଇଥିଲା। ତୁରନ୍ତ ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଇ ଖାଲିପଡିଥିବା ଡାକ୍ତର ପଦବୀ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ନ ହେଲେ ଏକ ବଡ଼ଧରଣର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଶିବାନନ୍ଦ ମହାନ୍ତି କହିଛନ୍ତି, ଜିଲାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନାହାନ୍ତି। ସରକାରଙ୍କୁ ଅବଗତ କରାଯାଇଛି। ନୂଆ ନିଯୁକ୍ତି ଦିଆଗଲେ ବଇଣ୍ଡାରେ ଡାକ୍ତର ପଦବୀ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri