ନାହାନ୍ତି ଆବଶ୍ୟକ ଡାକ୍ତର, ସେବା ବିପର୍ଯ୍ୟସ୍ତ

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ସରକାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆବଶ୍ୟକ ଡାକ୍ତର ନିଯୁକ୍ତ କରୁ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ୪ ବିଶେଷଜ୍ଞକଙ୍କ ସ୍ଥାନରେ ରହିଛନ୍ତି ମାତ୍ର ଜଣେ। ସେ ମଧ୍ୟ ସବୁଦିନ କାର୍ଯ୍ୟକ୍ଷେତ୍ରକୁ ଆସୁ ନ ଥିବା ଅଭିଯୋଗ ହୋଇଛି। ସେହିପରି ୧୦ ଏମ୍‌ବିବିଏସ୍‌ ଡାକ୍ତରଙ୍କ ସ୍ଥାନରେ ମାତ୍ର ୩ ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଡାକ୍ତର କ୍ଷୀତିଶ ନାୟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଦାୟିତ୍ୱରେ ରହିଛନ୍ତି। ତେଣୁ ସେ ଅଧିକାଂଶ ସମୟ ରୋଗୀସେବା କରି ପାରୁ ନ ଥିବା ଜଣାଯାଇଛି। ଫଳରେ ଉକ୍ତ ୩ ଏମ୍‌ବିବିଏସ୍‌ ଡାକ୍ତର, ଜଣେ ଦାନ୍ତ ଡାକ୍ତର ଓ ୨ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନେଇ ଚାଲିଛି ଏହି ସାସ୍ଥ୍ୟକେନ୍ଦ୍ର। ଉକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବିଞ୍ଝାରପୁର ସମେତ ବରୀ ବ୍ଲକ୍‌ ଓ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ହଜାରହଜାର ରୋଗୀ ନିର୍ଭର କରୁଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଭେଷଜ ବିଶେଷଜ୍ଞ, ସ୍ତ୍ରୀରୋଗ ବିଶେଷଜ୍ଞ, ଶିଶୁରୋଗ ବିଶେଷଜ୍ଞ, ଅସ୍ତ୍ରୋପଚାର ୪ଜଣ ବିଶେଷଜ୍ଞ ପଦବୀ ଥିଲାବେଳେ ମାତ୍ର ଜଣେ ସ୍ତ୍ରୀ ରୋଗ ବିଶେଷଜ୍ଞ ନିଯୁକ୍ତ ଅଛନ୍ତି। ତେବେ ସେ ଯେଉଁଦିନ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସନ୍ତି ମାତ୍ର ଘଣ୍ଟେ ୨ ଘଣ୍ଟା ରହି ଫେରିଯାନ୍ତି ଏବଂ ମଙ୍ଗଳପୁରସ୍ଥିତ ଏକ କ୍ଲିନିକରେ ରୋଗୀ ଚିକିତ୍ସା କରନ୍ତି ବୋଲି ସ୍ବାସ୍ଥ୍ୟକେନ୍ଦ୍ରର କେତେଜଣ କର୍ମଚାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ଫଳରେ ଏଠାକୁ ରୋଗୀମାନେ ଆସି ଦହଗଞ୍ଜ ହୋଇ ଯାଜପୁର ମୁଖ୍ୟ ଡାକ୍ତରଖାନା କିମ୍ବା ଅନ୍ୟତ୍ର ଯାଉଥିବା ଦେଖାଯାଉଛି। ତେଣୁ ଏଠାରେ ଶୀଘ୍ର ଆବଶ୍ୟକୀୟ ଡାକ୍ତର ପଦବୀ ପୂରଣ କରିବା ପାଇଁ ଦାବି ହୋଇଛି। ଏ ସମ୍ପର୍କରେ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ନାୟକଙ୍କୁ ପଚାରିବାରୁ ସେ ଅଭିଯୋଗକୁ ଖଣ୍ଡନ କରିବା ସହ ଆବଶ୍ୟକ ଅନୁଯାୟୀ ସ୍ତ୍ରୀ ଓ ପ୍ରସୂତି ରୋଗୀଙ୍କୁ ଅନ୍ୟତ୍ର ପଠାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri