ନାହାନ୍ତି ଆବଶ୍ୟକ ଡାକ୍ତର, ସେବା ବିପର୍ଯ୍ୟସ୍ତ

ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ସରକାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆବଶ୍ୟକ ଡାକ୍ତର ନିଯୁକ୍ତ କରୁ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ୪ ବିଶେଷଜ୍ଞକଙ୍କ ସ୍ଥାନରେ ରହିଛନ୍ତି ମାତ୍ର ଜଣେ। ସେ ମଧ୍ୟ ସବୁଦିନ କାର୍ଯ୍ୟକ୍ଷେତ୍ରକୁ ଆସୁ ନ ଥିବା ଅଭିଯୋଗ ହୋଇଛି। ସେହିପରି ୧୦ ଏମ୍‌ବିବିଏସ୍‌ ଡାକ୍ତରଙ୍କ ସ୍ଥାନରେ ମାତ୍ର ୩ ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଡାକ୍ତର କ୍ଷୀତିଶ ନାୟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଦାୟିତ୍ୱରେ ରହିଛନ୍ତି। ତେଣୁ ସେ ଅଧିକାଂଶ ସମୟ ରୋଗୀସେବା କରି ପାରୁ ନ ଥିବା ଜଣାଯାଇଛି। ଫଳରେ ଉକ୍ତ ୩ ଏମ୍‌ବିବିଏସ୍‌ ଡାକ୍ତର, ଜଣେ ଦାନ୍ତ ଡାକ୍ତର ଓ ୨ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନେଇ ଚାଲିଛି ଏହି ସାସ୍ଥ୍ୟକେନ୍ଦ୍ର। ଉକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବିଞ୍ଝାରପୁର ସମେତ ବରୀ ବ୍ଲକ୍‌ ଓ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ହଜାରହଜାର ରୋଗୀ ନିର୍ଭର କରୁଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଭେଷଜ ବିଶେଷଜ୍ଞ, ସ୍ତ୍ରୀରୋଗ ବିଶେଷଜ୍ଞ, ଶିଶୁରୋଗ ବିଶେଷଜ୍ଞ, ଅସ୍ତ୍ରୋପଚାର ୪ଜଣ ବିଶେଷଜ୍ଞ ପଦବୀ ଥିଲାବେଳେ ମାତ୍ର ଜଣେ ସ୍ତ୍ରୀ ରୋଗ ବିଶେଷଜ୍ଞ ନିଯୁକ୍ତ ଅଛନ୍ତି। ତେବେ ସେ ଯେଉଁଦିନ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସନ୍ତି ମାତ୍ର ଘଣ୍ଟେ ୨ ଘଣ୍ଟା ରହି ଫେରିଯାନ୍ତି ଏବଂ ମଙ୍ଗଳପୁରସ୍ଥିତ ଏକ କ୍ଲିନିକରେ ରୋଗୀ ଚିକିତ୍ସା କରନ୍ତି ବୋଲି ସ୍ବାସ୍ଥ୍ୟକେନ୍ଦ୍ରର କେତେଜଣ କର୍ମଚାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ଫଳରେ ଏଠାକୁ ରୋଗୀମାନେ ଆସି ଦହଗଞ୍ଜ ହୋଇ ଯାଜପୁର ମୁଖ୍ୟ ଡାକ୍ତରଖାନା କିମ୍ବା ଅନ୍ୟତ୍ର ଯାଉଥିବା ଦେଖାଯାଉଛି। ତେଣୁ ଏଠାରେ ଶୀଘ୍ର ଆବଶ୍ୟକୀୟ ଡାକ୍ତର ପଦବୀ ପୂରଣ କରିବା ପାଇଁ ଦାବି ହୋଇଛି। ଏ ସମ୍ପର୍କରେ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ନାୟକଙ୍କୁ ପଚାରିବାରୁ ସେ ଅଭିଯୋଗକୁ ଖଣ୍ଡନ କରିବା ସହ ଆବଶ୍ୟକ ଅନୁଯାୟୀ ସ୍ତ୍ରୀ ଓ ପ୍ରସୂତି ରୋଗୀଙ୍କୁ ଅନ୍ୟତ୍ର ପଠାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri