ପ୍ରତାପଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତର ନାହାନ୍ତି, ରୋଗୀସେବା ଠପ

ରାହାମା,୨୭।୭(ଡି.ଏନ୍‌.ଏ): କୁଜଙ୍ଗ ବ୍ଲକ ରାହାମା ଅଧୀନ ପ୍ରତାପଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନ ଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୨୫ ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ୧୯୯୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଏହି ସ୍ବାସ୍ଥ୍ୟକେନ୍ଦ୍ରର ଶିଳାନ୍ୟାସ କରିଥିଲେ। ୨ ଏକରରୁ ଊର୍ଦ୍ଧ୍ୱ ଜମି ଉପରେ ନିର୍ମିତ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଷ୍ଟାଫ୍‌ କ୍ୱାର୍ଟର୍ସ, ୨ଟି ମେଡିକାଲ ହଲ୍‌ ସହ ଶୌଚାଳୟ ଓ ପାନୀୟଜଳର ସୁବିଧା ରହିଛି। ମାତ୍ର କୌଣସି ସ୍ଥାୟୀ ଡାକ୍ତରଙ୍କୁ ନିଯୁକ୍ତ ଦିଆଯାଇ ନାହିଁ। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ରୋଗୀସେବା ନିମନ୍ତେ ହଂସୁରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପୁଷ୍ପଲତା ସାହୁ ଅସ୍ଥାୟୀ ଭାବେ ସପ୍ତାହକୁ ୩ ଦିନ ଏଠାକୁ ଆସିଥାନ୍ତି। ଅପରପକ୍ଷେ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ରାହାମା ଓ କୁଜଙ୍ଗ ଡାକ୍ତରଖାନାରେ କାର୍ଯ୍ୟ କରୁଛନ୍ତି। ଫଳରେ ରୋଗୀମାନେ ଆବଶ୍ୟକ ସମୟରେ ସେବା ନ ପାଇ ହତାଶ ହେଉଛନ୍ତି। ଦୀର୍ଘଦିନ ଧରି ସ୍ଥାୟୀ ଡାକ୍ତର ନିଯୁକ୍ତି ଓ ୧୦୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ କରିବା ପାଇଁ ଦାବି ହେଉଛି। ମାତ୍ର ଏହା ଫଳପ୍ରଦ ହେଉନାହିଁ ବୋଲି ରାହାମା ବଜାର କମିଟି ସଭାପତି ଜଟାଧାରୀ ଦାସ, ସାମାଜିକ କର୍ମୀ ସୁନାକର ବେହେରା, ଭିକାରୀ ସେନାପତି, କ୍ରିୟାନୁଷ୍ଠାନ କମିଟିର ମୁଖ୍ୟ ସଂଯୋଜକ ପ୍ରତାପ ଚନ୍ଦ୍ର ମହାନ୍ତି, ରୋଗୀ କଲ୍ୟାଣ ସମିତି ସଭ୍ୟ ବ୍ରଜକିଶୋର ମହାରାଜା ପ୍ରମୁଖ ଅଭିଯୋଗ କରିଛନ୍ତି। ଏସମ୍ପର୍କରେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା କହିଛନ୍ତି, ସରକାରଙ୍କ ପାଖରେ ଏବେ ଡାକ୍ତରଙ୍କ ଅଭାବ ଅଛି। ଯେତେବେଳେ ରାଜ୍ୟରେ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ, ସେତେବେଳେ ରାହାମା ପାଇଁ ମଧ୍ୟ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri