ଡାକ୍ତର ନାହାନ୍ତି, ରୋଗୀ ସେବା ବିପର୍ଯ୍ୟସ୍ତ

ବୁଗୁଡ଼ା,୧୧ା୧୨(କାଳି ଚରଣ ଦାଶ): ସରକାର ସ୍ବାସ୍ଥ୍ୟ ସେବାକୁ ପ୍ରାଥମିକତା ଦେଉଥିବା କହୁଥିବା ବେଳେ ୩ ଲକ୍ଷରୁ ଉର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ବୁଗୁଡ଼ା ବ୍ଲକରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇପଡିଛି। ବୁଗୁଡ଼ାରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମେତ କରଚୁଲି, ବାଲିପଦର ଓ ଏ. କରଡ଼ାବାଡ଼ିଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନଥିବାରୁ ଗର୍ଭବତୀ ଶିଶୁ ଓ ମହିଳାଙ୍କଠାରୁ ଆରମ୍ଭ କରି ସାଧାରଣ ରୋଗୀ ଚିକିତ୍ସା ସୁବିଧା ପାଇ ପାରୁନଥିବା ଅଭିଯୋଗ ହେଉଛି। ବୁଗୁଡ଼ା ଡାକ୍ତରଖାନାର ପୁରୁଣା କୋଠା ଭଙ୍ଗାଯାଇ ୧ କୋଟି ୮୬ ଲକ୍ଷ ଟଙ୍କା ବ୍ୟୟରେ ନୂତନ କୋଠା ନିର୍ମାଣ ହୋଇ ଉଦଘାଟନ ସରିଲାଣି। ହେଲେ ଆବଶ୍ୟକ ଡାକ୍ତର ଓ କର୍ମଚାରୀ ସାଙ୍ଗକୁ ଯନ୍ତ୍ରାଂଶ ନଥିବା ବେଳେ ନୂଆ ଖଟ ଓ ଆସବାବପତ୍ର ନାହିଁ। ନୂଆ କୋଠାର କେବଳ ଗୋଟିଏ ଚେମ୍ବରରେ ଜଣେ ଡାକ୍ତର ବସୁଥିବା ବେଳେ ଅନ୍ୟ ରୁମ ଗୁଡିକ ଖାଲି ପଡିଛି। ଏଠି ଜଣେ ମେଡିକାଲ ଅଫିସର ସାଙ୍ଗକୁ ଜଣେ ଲେଖାଏ ଭେଷଜ ବିଶେଷଜ୍ଞ, ଶିଶୁରୋଗ ବିଶେଷଜ୍ଞ, ସର୍ଜରୀ ବିଶେଷଜ୍ଞ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ସମେତ ୩ ଜଣ ଆସିଷ୍ଟାଣ୍ଟ ସର୍ଜନ ଓ ଏଲଟିଆର ଏମଓ ସ୍କିମରେ ୫ ଜଣ ଏମ୍‌ବିବିଏସ ଡାକ୍ତର ପଦବୀ ପାଇଁ ମଞ୍ଜୁରୀ ମିଳିଛି। ହେଲେ ଜଣେ ମାତ୍ର ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ସୁଭାଶିଷ ପାଣିଗ୍ରାହୀ ହିଁ ଅଛନ୍ତି। ଗୋଟିଏ ଆସିଷ୍ଟାଣ୍ଟ ସର୍ଜନ ଓ ସମସ୍ତ ୫ଟି ଏମବିବିଏସ ଡାକ୍ତର ପଦବୀ ଖାଲି ପଡିଛି। ସେହିପରି ୨ ଜଣ ଫାର୍ମାସିଷ୍ଟଙ୍କ ମଧ୍ୟରୁ ଜଣଙ୍କୁ ଡେପୁଟେସନରେ ଚିକିଟି ପଠାଇ ଦିଆଯାଇଥିବାରୁ ଔଷଧ ବଣ୍ଟନ ବ୍ୟବସ୍ଥା ବାଧାପ୍ରାପ୍ତ ହେଉଛି। ୩ ଜଣ ଲେବରେଟରି ସ୍ଥାନରେ ଜଣେ ମାତ୍ର ଅଛନ୍ତି। ମ୍ୟାଲେରିଆ ଟେକିନିସିଆନ ନଥିବାରୁ ମାଲେରିଆ ଟେଷ୍ଟ ପାଇଁ ଆସୁଥିବା ରୋଗୀଙ୍କୁ ଅଯଥା ଖର୍ଚ୍ଚାନ୍ତ ହେବାକୁ ପଡୁଛି। ମେଡିକାଲରେ ଏକ୍ସରେ ମେସିନ ନାହିଁ। ସେହିପରି ଅଲଟ୍ରାସାଉଣ୍ଡ ମେସିନ ନଥିବାରୁ ଗର୍ଭବତୀଙ୍କୁ ପୋଲସରା କିମ୍ବା ଆସ୍କା ମେଡିକାଲକୁ ଯିବାକୁ ପଡୁଛି। ବୁଗୁଡ଼ା ମେଡିକାଲରେ ୬ ଜଣ ଝାଡୁଦାରଙ୍କ ସ୍ଥାନରେ ମାତ୍ର ଜଣେ ଥିବା ବେଳେ ୪ ଟି ଆଟେନଡେଣ୍ଟ ପଦବୀ ଖାଲି ପଡିଛି। ବୁଗୁଡ଼ା ସିଏଚସି ଅଧୀନରେ ଥିବା ମାଣିତରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଏକ ଟ୍ରଷ୍ଟ ପରିଚାଳନା କରୁଥିବା ବେଳେ ବାଲିପଦର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ କୌଣସି ଡାକ୍ତର ନାହାନ୍ତି। କେବଳ ଜଣେ ଫାର୍ମାସିଷ୍ଟ ଓ ଜଣେ ନର୍ସଙ୍କ ଭରସାରେ ଚାଲିଛି ସ୍ବାସ୍ଥ୍ୟ ସେବା। ବୁଗୁଡ଼ା ସମେତ କରଚୁଲି, ବାଲିପଦର ଓ ଏ. କରଡ଼ାବାଡ଼ିରେ ଏଲଏଚଭି କେହି ନଥିବା ଏବଂ ଗୋଲାମୁଣ୍ଡଳା, କରଚୁଲି ଓ କାନସୁକା ଠାରେ ମହିଳା ସ୍ବାସ୍ଥ୍ୟ କର୍ମୀ ନଥିବାରୁ ଟୀକା ଦାନ ବ୍ୟବସ୍ଥା ବାଧାପ୍ରାପ୍ତ ହେଉଛି। ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପ୍ରଶାସନିକ କୋଠା ମଧ୍ୟ ପୁରୁଣା ହୋଇ ପାଣି ଗଳୁଛି ଏବଂ ଏଠାରେ ଆବ୍ଯଯକ ଜାଗା ନଥିବାରୁ ଫାଇଲପତ୍ର ପରିଚାଳନା କରିବା ଅସୁବିଧା ହେଉଛି। ଏଣୁ ଆବଶ୍ୟକ କୋଠା ନିର୍ମାଣ ସହ ସମସ୍ତ ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?