ନାହିଁ ଡ୍ରେନେଜ ବ୍ୟବସ୍ଥା: ଘରେ ପଶିଲା କାଳବୈଶାଖୀ ବର୍ଷା

ଦାରିଙ୍ଗବାଡି,୧୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ବର୍ଷା ପାଣି ଏକାଧିକ ସ୍ଥାନରେ ଜମି ରହି ବନ୍ୟାର ଭ୍ରମ ସୃଷ୍ଟି ହୋଇଛି। ବିଶେଷ କରି ଜାତୀୟ ରାଜପଥ ଏବଂ ଜାଗୃତି କାର୍ଯ୍ୟାଳୟ ରାସ୍ତା କୋଣରେ ଘର କରି ରହିଥିବା ରଞ୍ଜିତ ନାୟକଙ୍କ ଘରେ ବର୍ଷା ଜଳ ପଶି ଲହଡି ମାରୁଛି। ଏନେଇ ପରିବାର ଲୋକେ ନାହିଁ ନ ଥିବା ଅସୁବିଧାନର ସମ୍ମୁଖୀନ ହେଉଛନ୍ତି।

ମାତ୍ର ଅଧଘଣ୍ଟା ବର୍ଷା ହେଲେ ତାଙ୍କର ଏହିଭଳି ପରିସ୍ଥିତି ଉପୁଜିଥିବା ରଞ୍ଜିତ କହିଛନ୍ତି। ଏନେଇ ସେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଜିଲା ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ୟା ସମ୍ପର୍କରେ ଅଭିଯୋଗ କରିଥିଲେ ମଧ୍ୟ ଫଳ ଶୂନ ହୋଇଥିବା ସେ କହିଛନ୍ତି।

ପ୍ରକାଶ ଯେ, ବଅବାଡ଼ି ଗାଁ ସମେତ ରୁକାନବାଡ଼ି ଏବଂ ତୁର୍କୀବାଡି ସାହିରୁ ଜାଗୃତି କାର୍ଯ୍ୟାଳୟ ଦେଇ ୫୯ ନଂ ଜାତୀୟରାଜଥକୁ ସଂଯୋଗ କରୁଛି। ହେଲେ ପଞ୍ଚାୟତ ରାସ୍ତା ଦୀର୍ଘ ବର୍ଷ ହେଲା ମରାମତି କରାଯାଇ ନାହିଁ। ଏପରିକି ଡ୍ରେନେଜ ବ୍ୟବସ୍ଥା ଠିକ୍‌ ସେ ହୋଇ ନ ଥିବା ବେଳେ ରାଜପଥକୁ ସଂଯୋଗ କରୁଥିବା ଡ୍ରେନକୁ ବନ୍ଦ କରିଦିଆଯାଇ। ଫଳରେ ଏହା ରଞ୍ଜିତଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି।

୩ ସାହି ସମେତ ଉକ୍ତ ସାହିରେ ରହିଥିବା ଖୋଲା ପଡିଆର ପାଣି ରଞ୍ଜିତଙ୍କ ଘର ଅଗଣା ସମେତ ଘରେ ପଶୁଛି। ଏଭଳି ୨ ବର୍ଷ ହେଲା ସେ ହଇରାଣ ହେଉଥିବା ବେଳେ ତାଙ୍କ ଗୁହାରି କେହି ଶୁଣ ନ ଥିବା ସେ ଅଭିଯୋଗ କରିଛନ୍ତି । ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ଏନେଇ ପ୍ରତିକ୍ରିୟାରେ କହିଛନ୍ତି ଯେ, ଉକ୍ତ ରାସ୍ତା ଦାରିଙ୍ଗବାଡି ପଞ୍ଚାୟତର ଲାଇଫଲାଇନ ଓ ଭିଆଇପି ଅଞ୍ଚଳ। ହେଲେ ସାହିରେ ଦୀର୍ଘ ବର୍ଷ ହେଲା ଅବହେଳିତ ହୋଇ ରହିଛି ରାସ୍ତା। ଏଥିପ୍ରତି ବ୍ଲକ ପ୍ରଶାସନ ଓ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri