ନାହିଁ ଡ୍ରେନେଜ ବ୍ୟବସ୍ଥା: ଘରେ ପଶିଲା କାଳବୈଶାଖୀ ବର୍ଷା

ଦାରିଙ୍ଗବାଡି,୧୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ବର୍ଷା ପାଣି ଏକାଧିକ ସ୍ଥାନରେ ଜମି ରହି ବନ୍ୟାର ଭ୍ରମ ସୃଷ୍ଟି ହୋଇଛି। ବିଶେଷ କରି ଜାତୀୟ ରାଜପଥ ଏବଂ ଜାଗୃତି କାର୍ଯ୍ୟାଳୟ ରାସ୍ତା କୋଣରେ ଘର କରି ରହିଥିବା ରଞ୍ଜିତ ନାୟକଙ୍କ ଘରେ ବର୍ଷା ଜଳ ପଶି ଲହଡି ମାରୁଛି। ଏନେଇ ପରିବାର ଲୋକେ ନାହିଁ ନ ଥିବା ଅସୁବିଧାନର ସମ୍ମୁଖୀନ ହେଉଛନ୍ତି।

ମାତ୍ର ଅଧଘଣ୍ଟା ବର୍ଷା ହେଲେ ତାଙ୍କର ଏହିଭଳି ପରିସ୍ଥିତି ଉପୁଜିଥିବା ରଞ୍ଜିତ କହିଛନ୍ତି। ଏନେଇ ସେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଜିଲା ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ୟା ସମ୍ପର୍କରେ ଅଭିଯୋଗ କରିଥିଲେ ମଧ୍ୟ ଫଳ ଶୂନ ହୋଇଥିବା ସେ କହିଛନ୍ତି।

ପ୍ରକାଶ ଯେ, ବଅବାଡ଼ି ଗାଁ ସମେତ ରୁକାନବାଡ଼ି ଏବଂ ତୁର୍କୀବାଡି ସାହିରୁ ଜାଗୃତି କାର୍ଯ୍ୟାଳୟ ଦେଇ ୫୯ ନଂ ଜାତୀୟରାଜଥକୁ ସଂଯୋଗ କରୁଛି। ହେଲେ ପଞ୍ଚାୟତ ରାସ୍ତା ଦୀର୍ଘ ବର୍ଷ ହେଲା ମରାମତି କରାଯାଇ ନାହିଁ। ଏପରିକି ଡ୍ରେନେଜ ବ୍ୟବସ୍ଥା ଠିକ୍‌ ସେ ହୋଇ ନ ଥିବା ବେଳେ ରାଜପଥକୁ ସଂଯୋଗ କରୁଥିବା ଡ୍ରେନକୁ ବନ୍ଦ କରିଦିଆଯାଇ। ଫଳରେ ଏହା ରଞ୍ଜିତଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି।

୩ ସାହି ସମେତ ଉକ୍ତ ସାହିରେ ରହିଥିବା ଖୋଲା ପଡିଆର ପାଣି ରଞ୍ଜିତଙ୍କ ଘର ଅଗଣା ସମେତ ଘରେ ପଶୁଛି। ଏଭଳି ୨ ବର୍ଷ ହେଲା ସେ ହଇରାଣ ହେଉଥିବା ବେଳେ ତାଙ୍କ ଗୁହାରି କେହି ଶୁଣ ନ ଥିବା ସେ ଅଭିଯୋଗ କରିଛନ୍ତି । ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ଏନେଇ ପ୍ରତିକ୍ରିୟାରେ କହିଛନ୍ତି ଯେ, ଉକ୍ତ ରାସ୍ତା ଦାରିଙ୍ଗବାଡି ପଞ୍ଚାୟତର ଲାଇଫଲାଇନ ଓ ଭିଆଇପି ଅଞ୍ଚଳ। ହେଲେ ସାହିରେ ଦୀର୍ଘ ବର୍ଷ ହେଲା ଅବହେଳିତ ହୋଇ ରହିଛି ରାସ୍ତା। ଏଥିପ୍ରତି ବ୍ଲକ ପ୍ରଶାସନ ଓ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri