ନିଷ୍କାସନ ପଥ ନାହିଁ, ରାସ୍ତାରେ ଡ୍ରେନ୍‌ପାଣି

ଖଣ୍ଡପଡ଼ା,୨୦ା୧(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ ଅଧୀନ କଣ୍ଟିଲୋ ପଞ୍ଚାୟତ କୃଷ୍ଣେଶ୍ୱରପାଟଣା ତଥା ୮ନଂ. ଓ ୧୧ ନଂ. ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ନର୍ଦ୍ଦମା ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ଏଥିଯୋଗୁ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏହି ଦୂଷିତ ପରିବେଶରେ ମଶାବଂଶ ବୃଦ୍ଧି ପାଇବା ସହ ଡେଙ୍ଗୁ ବ୍ୟାପିବାର ଆଶଙ୍କା ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
୮ନଂ. ୱାର୍ଡସ୍ଥିତ ଏକ ପାହାଡ଼ ଉପରେ ବସବାସ କରୁଥିବା ବାସିନ୍ଦାଙ୍କ ଘରର ଉଦ୍‌ବୃତ୍ତ ପାଣି ଓ ପାହାଡ଼ ଉପର ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ଦୈନନ୍ଦିନ ନିଷ୍କାସନ ହେଉଥିବା ଏସବୁ ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ରାସ୍ତା ପାର୍ଶ୍ୱରେ ଥିବା ଏକ ନଳକୂପର ସୋକପିଟ ନ ଥିବାରୁ ସେହି ପାଣି ମଧ୍ୟ ରାସ୍ତା ସାରା ପ୍ରବାହିତ ହେଉଛି। ତେବେ ଏସବୁ ନର୍ଦ୍ଦମା ପାଣି ନିଷ୍କାସନ ହେବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ତାହା ରାସ୍ତା ଉପରେ ଜମି ରହି ପୂତିଗନ୍ଧମୟ ପରିବେଶ ହେଉଛି। ପ୍ରତ୍ୟହ ଚଳପ୍ରଚଳ ହେଉଥିବା ଜନସାଧାରଣ, ଛୋଟ ପିଲାମାନଙ୍କ ପାଇଁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘ ୪ ମାସରୁ ଊର୍ଦ୍ଧ୍ୱ ହେଲା ଏଠାରେ ଏକ ଡ୍ରେନ ନିର୍ମାଣ ପାଇଁ ପଞ୍ଚାୟତ ପକ୍ଷରୁ ଅନୁଦାନ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଖଣ୍ଡପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ଅଣଦେଖା ଯୋଗୁ କାର୍ଯ୍ୟ ହୋଇ ପାରୁ ନ ଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଶ୍ରୀୟାରାଣୀ ବେହେରାଙ୍କୁ ପଚାରିବାରେ ଦୀର୍ଘ ୪ ମାସ ହେବ ନୂତନ ଡ୍ରେନ ପାଇଁ ଅର୍ଥ କରାଯାଇଛି। ଉକ୍ତ କାର୍ଯ୍ୟ ପାଇଁ ଦାୟିତ୍ୱରେ ଥିବା କନିଷ୍ଠଯନ୍ତ୍ରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ହେଁ ଅସହଯୋଗ ଓ ଅବହେଳା ଯୋଗୁ କାମଟି ହୋଇ ପାରି ନ ଥିଲା। କିଛିଦିନ ହେଲା ନୂତନ ଜେଇ କଣ୍ଟିଲୋ ପଞ୍ଚାୟତ ପାଇଁ ଦାୟିତ୍ୱ ନେଇଥିବାରୁ ତାଙ୍କୁ ଅବଗତ କରାଯାଇଥିବା ସରପଞ୍ଚ ବେହେରା କହିଛନ୍ତି। ଅପରପକ୍ଷରେ ନୂତନ କନିଷ୍ଠଯନ୍ତ୍ରୀ ଇଂ. କିଶୋର ଚନ୍ଦ୍ର ଦାଶଙ୍କୁ ପଚାରିବାରେ ୭ରୁ ୮ ଦିନ ହେଲା କାମରେ ଯୋଗ ଦେଇଛି। ସମ୍ପ୍ରତି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ଗୁରୁତ୍ୱ ଦୃଷ୍ଟିରୁ ଏବେ ଇଭିଏମ୍‌ କାର୍ଯ୍ୟରେ ନିୟୋଜିତ ରହିଥିବା ସେ କହିଛନ୍ତି। ତେବେ ୮ରୁ୧୦ ଦିନ ମଧ୍ୟରେ ଏସବୁ କାର୍ଯ୍ୟ ସମ୍ପନ୍ନ କରି କଣ୍ଟିଲୋ ପଞ୍ଚାୟତର ବିଭିନ୍ନ କାର୍ଯ୍ୟ ଉପରେ ପଦକ୍ଷେପ ନେବା ସହ ସମ୍ପୃକ୍ତ ଡ୍ରେନ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନ

ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବ

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଟପିଯାଇଥିବା ବେଳେ ବିଭିନ୍ନ ଜଳଭଣ୍ଡାର, ନଦୀନାଳର ଜଳସ୍ତର ହ୍ରାସ ପାଇଛି। ବର୍ଷା ହେଉ ନ...

ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ

ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ...

ନିର୍ବାଚନ ବେଳେ ରାଜ ପରିବାରର ସାନ ବୋହୂଙ୍କ ଭିଡିଓ ଭାଇରାଲ

ବଲାଙ୍ଗୀର,୧ା୫(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ରାଜ ପରିବାରର ସାନ ବୋହୂ ଅଦ୍ରିଜା ମଞ୍ଜରୀ ସିଂଙ୍କ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏଥିରେ ସେ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri