ନିଷ୍କାସନ ପଥ ନାହିଁ, ରାସ୍ତାରେ ଡ୍ରେନ୍‌ପାଣି

ଖଣ୍ଡପଡ଼ା,୨୦ା୧(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ ଅଧୀନ କଣ୍ଟିଲୋ ପଞ୍ଚାୟତ କୃଷ୍ଣେଶ୍ୱରପାଟଣା ତଥା ୮ନଂ. ଓ ୧୧ ନଂ. ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ନର୍ଦ୍ଦମା ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ଏଥିଯୋଗୁ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏହି ଦୂଷିତ ପରିବେଶରେ ମଶାବଂଶ ବୃଦ୍ଧି ପାଇବା ସହ ଡେଙ୍ଗୁ ବ୍ୟାପିବାର ଆଶଙ୍କା ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
୮ନଂ. ୱାର୍ଡସ୍ଥିତ ଏକ ପାହାଡ଼ ଉପରେ ବସବାସ କରୁଥିବା ବାସିନ୍ଦାଙ୍କ ଘରର ଉଦ୍‌ବୃତ୍ତ ପାଣି ଓ ପାହାଡ଼ ଉପର ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ଦୈନନ୍ଦିନ ନିଷ୍କାସନ ହେଉଥିବା ଏସବୁ ପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ରାସ୍ତା ପାର୍ଶ୍ୱରେ ଥିବା ଏକ ନଳକୂପର ସୋକପିଟ ନ ଥିବାରୁ ସେହି ପାଣି ମଧ୍ୟ ରାସ୍ତା ସାରା ପ୍ରବାହିତ ହେଉଛି। ତେବେ ଏସବୁ ନର୍ଦ୍ଦମା ପାଣି ନିଷ୍କାସନ ହେବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ତାହା ରାସ୍ତା ଉପରେ ଜମି ରହି ପୂତିଗନ୍ଧମୟ ପରିବେଶ ହେଉଛି। ପ୍ରତ୍ୟହ ଚଳପ୍ରଚଳ ହେଉଥିବା ଜନସାଧାରଣ, ଛୋଟ ପିଲାମାନଙ୍କ ପାଇଁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘ ୪ ମାସରୁ ଊର୍ଦ୍ଧ୍ୱ ହେଲା ଏଠାରେ ଏକ ଡ୍ରେନ ନିର୍ମାଣ ପାଇଁ ପଞ୍ଚାୟତ ପକ୍ଷରୁ ଅନୁଦାନ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଖଣ୍ଡପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ଅଣଦେଖା ଯୋଗୁ କାର୍ଯ୍ୟ ହୋଇ ପାରୁ ନ ଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଶ୍ରୀୟାରାଣୀ ବେହେରାଙ୍କୁ ପଚାରିବାରେ ଦୀର୍ଘ ୪ ମାସ ହେବ ନୂତନ ଡ୍ରେନ ପାଇଁ ଅର୍ଥ କରାଯାଇଛି। ଉକ୍ତ କାର୍ଯ୍ୟ ପାଇଁ ଦାୟିତ୍ୱରେ ଥିବା କନିଷ୍ଠଯନ୍ତ୍ରୀଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ହେଁ ଅସହଯୋଗ ଓ ଅବହେଳା ଯୋଗୁ କାମଟି ହୋଇ ପାରି ନ ଥିଲା। କିଛିଦିନ ହେଲା ନୂତନ ଜେଇ କଣ୍ଟିଲୋ ପଞ୍ଚାୟତ ପାଇଁ ଦାୟିତ୍ୱ ନେଇଥିବାରୁ ତାଙ୍କୁ ଅବଗତ କରାଯାଇଥିବା ସରପଞ୍ଚ ବେହେରା କହିଛନ୍ତି। ଅପରପକ୍ଷରେ ନୂତନ କନିଷ୍ଠଯନ୍ତ୍ରୀ ଇଂ. କିଶୋର ଚନ୍ଦ୍ର ଦାଶଙ୍କୁ ପଚାରିବାରେ ୭ରୁ ୮ ଦିନ ହେଲା କାମରେ ଯୋଗ ଦେଇଛି। ସମ୍ପ୍ରତି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ଗୁରୁତ୍ୱ ଦୃଷ୍ଟିରୁ ଏବେ ଇଭିଏମ୍‌ କାର୍ଯ୍ୟରେ ନିୟୋଜିତ ରହିଥିବା ସେ କହିଛନ୍ତି। ତେବେ ୮ରୁ୧୦ ଦିନ ମଧ୍ୟରେ ଏସବୁ କାର୍ଯ୍ୟ ସମ୍ପନ୍ନ କରି କଣ୍ଟିଲୋ ପଞ୍ଚାୟତର ବିଭିନ୍ନ କାର୍ଯ୍ୟ ଉପରେ ପଦକ୍ଷେପ ନେବା ସହ ସମ୍ପୃକ୍ତ ଡ୍ରେନ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?