ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ ଗ୍ରାମରେ ମଧ୍ୟ ଅନୁରୂପ ରାସ୍ତା ଖଣ୍ଡିଏ ନଥିବାରୁ ଖୋଲା ଆକାଶ ତଳେ ପଡି ରହିଥିବା ପରିତ୍ୟକ୍ତ ଏକ କୁଣ୍ଡରୁ ପାଣି ସଂଗ୍ରହ କରି ଲୋକେ ନିତିଦିନ ବ୍ୟବହାର କରୁଥିବା ବେଳେ ଏହା ଉପରେ ବ୍ଲକ ପ୍ରଶାସନର ଦୃଷ୍ଟି ରହିଥିଲେ ମଧ୍ୟ କୈଣସି କାର୍ଯ୍ୟକାରୀ ହୋଇ ପାରୁନାହିଁ। ଆଉ ଶିକ୍ଷା ବ୍ୟବସ୍ଥା ନ କହିବା ଭଲ ହେବ। ଗ୍ରାମରେ ପାଠ ପଢିବା ବୟସର ପିଲାମାନେ ଥିଲେ ମଧ୍ୟ ପାହାଡିଆ ଘଞ୍ଚ ଜଙ୍ଗଲ ରାସ୍ତାରେ ଅଭିଭାବକମାନେ ଗ୍ରାମ ଠାରୁ ଦୂରରେ ରହିଥିବା ନିମାଲପାଡୁ କିମ୍ବା ମୁଙ୍ଗରାଗୁମି ଗ୍ରାମରେ ରହିଥିବା ବିଦ୍ୟାଳୟକୁ ପଠାଇବା ପାଇଁ ସୁରକ୍ଷିତ ମନେ କରୁ ନାହାଁନ୍ତି।
ସରକାର ଏବଂ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ଯଦି ଏହିପରି ସମସ୍ୟା ଉପରେ ଦୃଷ୍ଟି ପକାଇ କିଛି ପଦକ୍ଷେପ ଗ୍ରହଣ କରିବେ ନାହିଁ । ତାହେଲେ ଆମ ଗ୍ରାମ ପାଖରେ ରହିଥିବା ଆନ୍ଧ୍ରର ଦୁଇ ଗ୍ରାମ ଗୋଟେପାଡୁ ଓ ଗାନାରଗୋଇଙ୍କ ସହାୟତାରେ ଆନ୍ଧ୍ର ରାଜ୍ୟର ସାଲୁର୍‌ ପ୍ରଶାସନ ଏବଂ ବିଧାୟକ ଓ ମନ୍ତ୍ରୀ ସାରାଣୀଙ୍କ ନିକଟରେ ପହଞ୍ଚି ଆମର ଗୁହାରୀ ଜଣାଇବା ସହ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବୁ ବୋଲି ପୁସୁରୁ ନୁକା ରାଜୁ , ହନ୍ତାଳ ଲାଛନା ଓ ପୁସୁରୁ ମାଲାମାଁ ପ୍ରମୁଖ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?