Posted inଜାତୀୟ

୨୦୨୪ ପରେ ଦେଶରେ ହୋଇ ନ ପାରେ କୌଣସି ନିର୍ବାଚନ: ମନୋଜ ଝା

ନୂଆଦିଲ୍ଲୀ,୧୯।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ମଧ୍ୟରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଏମ୍‌ପି ମନୋଜ ଝା ଏକ ବଡ଼ ଦାବି କରିଛନ୍ତି। ୨୦୨୪ ପରେ ଦେଶରେ କୌଣସି ନିର୍ବାଚନ ହେବ ନାହିଁ ବୋଲି ମନୋଜ ସମ୍ଭାବନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏଭଳି ପରିବେଶରେ ରାଜନୀତି ବ୍ୟତୀତ ଅଲଗା ଲଢେଇ କରିବାକୁ ପଡ଼ିବ। ମୁଁ ଗ୍ୟାରେଣ୍ଟି ଦେଇପାରେ ଯେ,୨୦୨୪ ପରେ ଲୋକଙ୍କ ସହମତି କ୍ରମେ ଦେଶରେ ଆଉ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ। ଲୋକଙ୍କୁ କୁହାଯିବ ଯେ ନିର୍ବାଚନ କରିବା ଅତ୍ୟନ୍ତ ମହଙ୍ଗା, ଆମେ ଏକ ଗରିବ ଦେଶ, ଜି-୨୦ ଶିଖର ସମ୍ମିଳନୀରେ ଆମେ ଏତେ ଖର୍ଚ୍ଚ କରିଛୁ, ଆମକୁ ଏତେ ସଂଖ୍ୟକ ବିଲବୋର୍ଡ ଲଗାଇବାକୁ ପଡିବ। ତେଣୁ ନିର୍ବାଚନ କରିବା ନାହିଁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରି ମନୋଜ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ସମର୍ଥକମାନେ କୁହନ୍ତି ଯେ ସେ କୁଆଡେ ଈଶ୍ବର। ଯେତେବେଳେ ଭଗବାନ ନିଜେ ଏଠାରେ ଅଛନ୍ତି, ତେବେ କେଉଁ ପ୍ରକାର ନିର୍ବାଚନ ହେବ? ଲୋକମାନେ କହିବେ ଯେ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ। ଆମ ଭଳି ୧୫-୩୦ ପ୍ରତିଶତ ଲୋକ ନିର୍ବାଚନ ଦାବି କରିବେ ଏବଂ ସେମାନେ ଆମକୁ ପାକିସ୍ତାନ ଯିବାକୁ କହିବେ।
ଏହା ପୂର୍ବରୁ ମନୋଜ ଝା ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିବା ପାଇଁ ମୋଦୀ ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଥିଲେ। ଜ୍ୟୋତିଷଙ୍କ ପରାମର୍ଶରେ ସରକାର ଏହି ଅଧିବେଶନକୁ ଡାକିଛନ୍ତି। ପ୍ରଧାନମନ୍ତ୍ରୀ ଏସବୁ ଉପରେ ବିଶ୍ୱାସ କରନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର DCP ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ଇସ୍ତଫା ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri