ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା

କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚି ପାରିନାହିଁ। କଳାହାଣ୍ଡି ଜିଲା କୋକସରା ବ୍ଲକ ଚିକିଲି ଗାଁର ନଦୀଖଣି କଛାରପଡାର ଲୋକେ ଦୀର୍ଘ ବର୍ଷ ହେବ ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ହୋଇଛନ୍ତି। ଗାଁରେ ୧୬ ପରିବାରର ୧ ଶହରୁ ଊର୍ଦ୍ଧ୍ୱ ବାସ କରୁଥିବା ବେଳେ ବିଦ୍ୟୁତ ସଂଯୋଗ ନ ଥିବା ଯୋଗୁ ଲୋକେ ସନ୍ଧ୍ୟା ହେଲେ ଡିବିରି ଆଲୁଅ ଭରସାରେ ରୁହନ୍ତି। ଏଥି ଯୋଗୁ ଗାଁର ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ମଧ୍ୟ ଅନେକ ସମସ୍ୟା ଦେଖା ଦେଉଛି। ଗାଁରେ ଦୀର୍ଘ ୩ ବର୍ଷ ତଳେ ବିପିଏଲ ହିତାଧିକାରୀ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ମିଟର ସହ ଅନ୍ୟାନ୍ୟ ବିଦ୍ୟୁତ୍‌ ଉପକରଣ ପ୍ରଦାନ କରାଯାଇଥିଲା। ହେଲେ ଗାଁରେ ବିଦ୍ୟୁତ ପୋଲ କିମ୍ବା ଟ୍ରାନ୍ସଫର୍ମର ମଧ୍ୟ ଲାଗି ପାରିନାହିଁ। ଫଳରେ ଆଜି ବି ଗାଁରେ ବିଦ୍ୟୁତ ସଂଯୋଗ ହୋଇ ନ ଥିବାବେଳେ ୩ବର୍ଷ ହେବ ବିଦ୍ୟୁତ୍‌ ମିଟରକୁ ଲୋକେ ଅନାଇ ରହିଛନ୍ତି। ଏ ନେଇ ବିଭିନ୍ନ ସମୟରେ ଗାଁ ଲୋକ ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଥିଲେ ବି କୌଣସି ସୁଫଳ ମିଳୁନାହିଁ। ବିଭିନ୍ନ ସମୟରେ ଠିକାଦାରମାନେ ଆସି ଟଙ୍କା ଦେଲେ ଶୀଘ୍ର ବିଦ୍ୟୁତ ସଂଯୋଗ କରିଦେବା ପାଇଁ କହୁଥିବା ତୁଳାରାମ ବଗର୍ତ୍ତି, ଜଳ ବେମାଲ, ଭିକ ଶବର, ଚକ୍ରଧର ବେମାଲ, ଡମୁ ସୁନାନୀ, ବିନୋଦ ନିଆଲ, ଏକା ବାଗ, ବନୁଆ ନିଆଲ, ନିଲାମ୍ବର ସୁନାନୀ, ବିର ବଗର୍ତ୍ତି, ନରେନ୍ଦ୍ର ବେମାଲଙ୍କ ସମେତ ଗାଁ ଲୋକେ କହିଛନ୍ତି। ବିଦ୍ୟୁତ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ବିଦ୍ୟୁତ ସଂଯୋଗ କରିବା ପାଇଁ ସାଧାରଣରେ ଦାବି ହେଉଛି । ଏ ନେଇ କୁସୁମଖୁଣ୍ଟି ବିଦ୍ୟୁତ୍‌ ସହକାରୀ ଯନ୍ତ୍ରୀ ପ୍ରଦୀପ ଦାସଙ୍କୁ ପଚାରିବାରୁ କିଛି ସ୍ଥାନରେ କାମ ଚାଲୁ ରହିଛି, ଅଳ୍ପ ଦିନ ମଧ୍ୟରେ ସମାଧାନ ହୋଇଯିବ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri