ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତ ଝେଙ୍ଗନାଡିହି ଗ୍ରାମର ଡ୍ୟାମପଡ଼ା। ଏପର୍ଯ୍ୟନ୍ତ ଏହି ପଡ଼ାବାସୀ ଆଲୁଅ ଦେଖି ନ ପାରି ଅନ୍ଧାରରେ ଜୀବନ ବିତାଉଛନ୍ତି ।
ପ୍ରାୟ ୩୦ବର୍ଷ ତଳେ ଏହି ପଡ଼ା ଗଢ଼ି ଉଠିଥିଲା। ଏଠାରେ ୮ଟି ଆଦିବାସୀ ପରିବାର ରହିଆସୁଛନ୍ତି। ବିଦ୍ୟୁତ୍‌ ନ ଥିବାରୁ ଡିବିରି ଆଲୁଅରେ ପିଲାମାନେ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ବିଦ୍ୟୁତ୍‌ ସଂଯୋଗୀକରଣ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ବିଡ଼ିଓ ତଥା ବିଦ୍ୟୁତ ବିଭାଗୀୟ ଅଧିକାରୀଙ୍କୁ ଅନୁରୋଧ କରି ଥକି ଗଲେଣି ଗାଁ ଲୋକେ। ହେଲେ କେହି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରି ନ ଥିବା ପଡ଼ାବାସୀ ଅଭିଯୋଗ କରିଛନ୍ତି। ଗ୍ରାମର ବଳଦେବ ବରିହା କୁହନ୍ତି, ଆଖପାଖ ଗ୍ରାମରେ ବିଦ୍ୟୁତ ସଂଯୋଗ ହୋଇଛି। ମାତ୍ର ତାଙ୍କ ପଡ଼ାକୁ ଏପର୍ଯ୍ୟନ୍ତ ବିଦ୍ୟୁତ ପହଞ୍ଚି ପାରିନାହିଁ। ଫଳରେ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ସରକାର ବିଦ୍ୟୁତ ସଂଯୋଗ ପାଇଁ ଅନେକ ଯୋଜନା କରିଛନ୍ତି। କିନ୍ତୁ କୌଣସି ଯୋଜନାରେ ତାଙ୍କ ପଡ଼ାକୁ ବିଦ୍ୟୁତ ସଂଯୋଗ ହୋଇ ନ ପାରିବା ବିଡ଼ମ୍ବନାର ବିଷୟ ବୋଲି କହିଛନ୍ତି ପଡାର ଅନ୍ୟ ଜଣେ ବାସୀନ୍ଦା ଗୋବିନ୍ଦ ବରିହା । ପଡ଼ାର ଶାବନ କଅଁର, ନବୀନ ଭୋଇ, ବାଳମୁକୁନ୍ଦ ଭୋଇ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇଛନ୍ତି। ଅନ୍ୟପକ୍ଷେ ତୁରନ୍ତ ଏହି ସମସ୍ୟାର ସ୍ଥାୟୀ ସମାଧାନ କରିବା ପାଇଁ ପାଇକମାଳ ବ୍ଲକର ସାମାଜିକ କର୍ମୀ ଦୀପା ବାରିକ ଟୁଇଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏ ସମ୍ପର୍କରେ ମତାମତ ପାଇଁ ସ୍ଥାନୀୟ ସରପଞ୍ଚ ଭୀଷ୍ମଦେବ ସାହୁଙ୍କୁ ତାଙ୍କ ମୋବାଇଲ ନମ୍ବର ୭୬୦୮୯୧୮୪୮୫ରେ ଯୋଗାଯୋଗ କରାଯାଇଥିଲା। ହେଲେ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri