ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ ବ୍ଲକ ଭେଙ୍ଗରାଜପୁର ପଞ୍ଚାୟତ ଝେଙ୍ଗନାଡିହି ଗ୍ରାମର ଡ୍ୟାମପଡ଼ା। ଏପର୍ଯ୍ୟନ୍ତ ଏହି ପଡ଼ାବାସୀ ଆଲୁଅ ଦେଖି ନ ପାରି ଅନ୍ଧାରରେ ଜୀବନ ବିତାଉଛନ୍ତି ।
ପ୍ରାୟ ୩୦ବର୍ଷ ତଳେ ଏହି ପଡ଼ା ଗଢ଼ି ଉଠିଥିଲା। ଏଠାରେ ୮ଟି ଆଦିବାସୀ ପରିବାର ରହିଆସୁଛନ୍ତି। ବିଦ୍ୟୁତ୍‌ ନ ଥିବାରୁ ଡିବିରି ଆଲୁଅରେ ପିଲାମାନେ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ବିଦ୍ୟୁତ୍‌ ସଂଯୋଗୀକରଣ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ବିଡ଼ିଓ ତଥା ବିଦ୍ୟୁତ ବିଭାଗୀୟ ଅଧିକାରୀଙ୍କୁ ଅନୁରୋଧ କରି ଥକି ଗଲେଣି ଗାଁ ଲୋକେ। ହେଲେ କେହି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରି ନ ଥିବା ପଡ଼ାବାସୀ ଅଭିଯୋଗ କରିଛନ୍ତି। ଗ୍ରାମର ବଳଦେବ ବରିହା କୁହନ୍ତି, ଆଖପାଖ ଗ୍ରାମରେ ବିଦ୍ୟୁତ ସଂଯୋଗ ହୋଇଛି। ମାତ୍ର ତାଙ୍କ ପଡ଼ାକୁ ଏପର୍ଯ୍ୟନ୍ତ ବିଦ୍ୟୁତ ପହଞ୍ଚି ପାରିନାହିଁ। ଫଳରେ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ସରକାର ବିଦ୍ୟୁତ ସଂଯୋଗ ପାଇଁ ଅନେକ ଯୋଜନା କରିଛନ୍ତି। କିନ୍ତୁ କୌଣସି ଯୋଜନାରେ ତାଙ୍କ ପଡ଼ାକୁ ବିଦ୍ୟୁତ ସଂଯୋଗ ହୋଇ ନ ପାରିବା ବିଡ଼ମ୍ବନାର ବିଷୟ ବୋଲି କହିଛନ୍ତି ପଡାର ଅନ୍ୟ ଜଣେ ବାସୀନ୍ଦା ଗୋବିନ୍ଦ ବରିହା । ପଡ଼ାର ଶାବନ କଅଁର, ନବୀନ ଭୋଇ, ବାଳମୁକୁନ୍ଦ ଭୋଇ ମଧ୍ୟ ଅନୁରୂପ ମନ୍ତବ୍ୟ ଦେଇଛନ୍ତି। ଅନ୍ୟପକ୍ଷେ ତୁରନ୍ତ ଏହି ସମସ୍ୟାର ସ୍ଥାୟୀ ସମାଧାନ କରିବା ପାଇଁ ପାଇକମାଳ ବ୍ଲକର ସାମାଜିକ କର୍ମୀ ଦୀପା ବାରିକ ଟୁଇଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏ ସମ୍ପର୍କରେ ମତାମତ ପାଇଁ ସ୍ଥାନୀୟ ସରପଞ୍ଚ ଭୀଷ୍ମଦେବ ସାହୁଙ୍କୁ ତାଙ୍କ ମୋବାଇଲ ନମ୍ବର ୭୬୦୮୯୧୮୪୮୫ରେ ଯୋଗାଯୋଗ କରାଯାଇଥିଲା। ହେଲେ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri