ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି। ବରଗଡ଼ର ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ ମଙ୍ଗଳବାର ଉକ୍ତ ଗ୍ରାମକୁ ପରିଦର୍ଶନରେ ଯାଇ ତାହା ଦେଖିବା ପରେ ଉଦବେଗ ପ୍ରକାଶ କରିଛନ୍ତି।

ନେପାକ୍ କହିଛନ୍ତି, ବରଗଡ଼ ବିକଶିତ ହେଉଛି ବୋଲି ଡିଣ୍ଡିମ ପିଟାଯାଉଛି । ତେବେ ବରଗଡ଼ର ବିକାଶ କେଉଁ ପଟକୁ ମୁହାଁଇଛି, ତାହା ବିଜିଲି ବଗର୍ତ୍ତିଙ୍କ ଘରକୁ ଦେଖିଲେ ସ୍ପଷ୍ଟ ବାରି ହୋଇ ପଡୁଛି । ଡବଲ୍ ଇଞ୍ଜିନ ସରକାର ବିଦ୍ୟୁତକରଣ, ଆବାସ, ପାନୀୟ ଜଳ ଯୋଗାଣ ସହ ଅନେକ ଯୋଜନାରେ ହଜାର ହଜାର କୋଟି ଟଙ୍କା କେବଳ ପ୍ରଚାର ପ୍ରସାରରେ ଖର୍ଚ୍ଚ କରି ବାହାସ୍ଫୋଟ ମାରୁଛନ୍ତି। କିନ୍ତୁ ବିଜିଲିଙ୍କ ଭଳି ଅନେକ ଲୋକ ସେହି ଯୋଜନା ଗୁଡିକରୁ ବଞ୍ଚିତ ରହୁଛନ୍ତି । ତେବେ ବିଜିଲିଙ୍କ ସମସ୍ୟାକୁ ନେଇ ସେ ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ସହିତ ତୁରନ୍ତ ଉଚିତ ପଦକ୍ଷେପ ନେବାକୁ ଦାବି ଜଣାଇଛନ୍ତି ବୋଲି ବିଧାୟକ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri