ବିଦ୍ୟୁତ ନାହିଁ: ସ୍ବାସ୍ଥ୍ୟକେନ୍ଦ୍ରରେ ପିଇବା ପାଣି ଅଭାବ, ରୋଗୀ ହଇରାଣ

ଦାରିଙ୍ଗବାଡି,୧୦।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବିଳମ୍ବିତ ରାତି ଠାରୁ ବିଦ୍ୟୁତ ଅଚଳ ହୋଇପଡିଛି। ଫଳରେ ଅଞ୍ଚଳବାସୀ ବହୁତ ହଇରାଣ ଭୋଗୁଛନ୍ତି। ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକରେ କାର୍ଯ୍ୟ ଏକପ୍ରକାର ଅଚଳ ହୋଇପଡିଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା ବ୍ୟାହତ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀମାନେ ଅନ୍ଧାରରେ ଚିକିତ୍ସିତ ହେଉଛନ୍ତି। ସବୁଠାରୁ ବଡ଼ ସମସ୍ୟା ହେଉଛି ଟାଙ୍କିରେ ପାଣି ସରିଯାଇଥିବାରୁ ସଫେଉ କାର୍ଯ୍ୟ ହୋଇପାରିନି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ଦୁର୍ଗନ୍ଧରେ ନାକ ଫାଟୁଛି। ଶୌଚାଳୟରେ ପାଣି ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ରହିଥିବା ଜେନେନେଟର ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା ଅଚଳ ହୋଇପଡିଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଜଣାଇବା ସହ ବ୍ଲକ, ଜିଲା ମୁଖ୍ୟ ଚିକିତ୍ସାଳୟ ଅଧିକାରୀଙ୍କ ସମେତ ସମସ୍ତଙ୍କୁ ଲିଖିତ ଜଣାଇଥିଲେ। ଏହାସତ୍ତ୍ୱେ ନା ଜେନେନେଟର ମରାମତି କରାଯାଇଛି ନା ନୂଆ ସ୍ଥାପନ କରାଯାଉଛି। ଜେନେନେଟର ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ସୁନ୍ଦର ଭାବେ ଗୃହ ନିର୍ମାଣ କରାଯାଇଛି। କିନ୍ତୁ ଜେନେନେଟର ରୋଗୀଙ୍କ କାର୍ଯ୍ୟରେ ଆସୁ ନ ଥିବା ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଖବର ଲେଖିବା ସୁଦ୍ଧା ସ୍ବାସ୍ଥ୍ୟକେନ୍ଦ୍ର ପରିସର ସଫେଇ କାର୍ଯ୍ୟ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଧୋକା ଦେବା ତୁର୍କୀକୁ ପଡ଼ିଲା ମହଙ୍ଗା: ଲାଗିଲା ଜୋରଦାର୍‌ ଝଟ୍‌କା

ନୂଆଦିଲ୍ଲୀ,୨୫।୬: ଭାରତକୁ ଧୋକା ଦେବା ପାଇଁ ତୁର୍କୀକୁ ମହଙ୍ଗା ପଡିଛି। ଭାରତୀୟ ପର୍ଯ୍ୟଟକଙ୍କ କ୍ରୋଧ ଏବଂ ସୋସିଆଲ ମିଡିଆରେ ବୟକଟ ଅଭିଯାନ ଯୋଗୁ ତୁର୍କୀର ପର୍ଯ୍ୟଟନ...

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। ।...

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା

ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ନିଟ୍‌ ପାଇଁ ହତ୍ୟା

ଭାରତରେ ପାଠପଢ଼ା ଚାପ ଯୋଗୁ ପିଲାଙ୍କ ଆତ୍ମହତ୍ୟା ଘଟଣା ବାରମ୍ବାର ଘଟିଚାଲିଛି। ବିଶେଷକରି ମେଡିକାଲ ଶିକ୍ଷା ଲାଗି ନିଜକୁ ପ୍ରସ୍ତୁତ କରୁଥିବା ଆଶାୟୀଙ୍କ କ୍ଷେତ୍ରରେ ଆତ୍ମହତ୍ୟା...

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ...

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri