ଭୁବନେଶ୍ୱର,୧୨।୧୦(ସ୍ପୋର୍ଟସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ(ସୁର)ଙ୍କୁ ଏଣ୍ଟ୍ରି ମିଳିନାହିଁ। ସୁରକ୍ଷା ଦାୟିତ୍ୱରେ ରହିଥିବା ଜନୈକ ବିଦେଶୀ ସୁରକ୍ଷାକର୍ମୀ ତାଙ୍କୁ ଗେଟ୍ରେ ପ୍ରବେଶ କରାଇ ଦେଇ ନ ଥିଲେ। ଭୁବନେଶ୍ୱର ଆଥଲେଟିକ୍ ଆସୋସିଏସନ୍ର ସଭାପତି ଭାବରେ ସୁର ରାଉତରାୟଙ୍କୁ ପାସ୍ ମିଳିଥିଲା। ତେବେ ପାସ୍କୁ ଅବୈଧ ଦର୍ଶାଇବା ସହିତ ସୁରକ୍ଷାକର୍ମୀ ଜଣଙ୍କ ତାଙ୍କୁ ଗେଟ୍ ବାହାରକୁ ପଠାଇ ଦେଇଥିଲେ। ବାହରକୁ ଆସି ସୁର ନିଜ ସମର୍ଥକଙ୍କ ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଥିଲେ। କଳିଙ୍ଗ ଷ୍ଟାଡିୟମ ତିଆରିରେ ମୋର ଭୂମିକା ରହିଛି, ଆଉ ଫୁଟବଲ ଦେଖିବାକୁ ମୁଁ ଭଲପାଏ। ସୁରକ୍ଷାକର୍ମୀଙ୍କ ଦୁର୍ବ୍ୟବହାରର ମୁଁ ଜବାବ ଦେଇ ପାରିଥାନ୍ତି। ମାତ୍ର ଏହାଦ୍ୱାରା ମୋ ରାଜ୍ୟର ଗାରିମା ହାନି ହେବ ବୋଲି ନୀରବ ରହିବାକୁ ଶ୍ରେୟସ୍କର ମନେକଲି। ପାସ୍ ମିଳିଥିଲେ ମଧ୍ୟ ଷ୍ଟାଡିୟମ ପ୍ରବେଶ କରିବାରେ ଅସମର୍ଥ ହେବା ପରେ ସେ ଅବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ସଚିବଙ୍କୁ ଦାୟୀ କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

