ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଉ ବଢ଼ିବନି ରାଶନକାର୍ଡ E-KYC ଅବଧି, ଜାଣନ୍ତୁ ଶେଷ ତାରିଖ…

ଭୁବନେଶ୍ୱର,୯ା୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ E-KYC ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ୧୫ ତାରିଖରେ ରାଶନ କାର୍ଡ E-KYC ଅବଧି ସରିବ। ଏହା ପରେ ଆଉ ତାରିଖ ବଢ଼ାଯିବ ନାହିଁ। ଅଯୋଗ୍ୟ ହିତାଧିକାରୀ କାର୍ଡ ନ ଫେରାଇଲେ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଜଣ ହିତାଧିକାରୀ E-KYC କରିନାହାନ୍ତି। ୮ ଲକ୍ଷ ଆୟକରଦାତା ବି ହାତେଇଛନ୍ତି ରାଶନକାର୍ଡ। ସ୍ବାସ୍ଥ୍ୟ କାର୍ଡ ହାତେଇବାକୁ ରାଶନକାର୍ଡ ନେଇଥିଲେ। ୧୨ ହଜାର ଚାକିରିଆ, ବଡ଼ବଡ଼ିଆ ରାଶନକାର୍ଡ ଫେରାଇ ସାରିଲେଣି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

ଅନ୍ୟପକ୍ଷରେ ଏହି E-KYC ଅପଡେଟ୍‌କୁ ନେଇ ଚିନ୍ତାରେ ପଡ଼ିଛନ୍ତି ହିତାଧିକାରୀ। ଘରର ଅନେକ ସଦସ୍ୟ ବାହାର ରାଜ୍ୟ, ଏପରିକି ଦେଶ ବାହାରେ କାମ କରୁଛନ୍ତି। ସରକାର ନିର୍ଦ୍ଧାରିତ କରିଥିବା ମାସକ ମଧ୍ୟରେ ସମସ୍ତେ କେମିତି ଆସି ବାୟୋମେଟ୍ରିକ ଦେବେ ବୋଲି ହିତାଧିକାରୀ ପ୍ରଶ୍ନ ଉଠାଇଥିଲେ। ଏହି ଅବଧିକୁ ବଢ଼ାଇବା ପାଇଁ ହିତାଧିକାରୀଙ୍କ ପକ୍ଷରୁ ଜୋର୍‌ଦାର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri