ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ଏହା ଓଡ଼ିଶା ଛୁଇଁବାର ସମ୍ଭାବନା ନାହିଁ । ତେବେ ଏହା ଓଡ଼ିଶା ଉପକୂଳରୁ ପ୍ରାୟ ୨୦୦କିମି ଦୂରରେ ସମୁଦ୍ର ଭିତରେ ସମାନ୍ତରାଳ ହୋଇ ବାଂଲାଦେଶ ଅଭିମୁଖେ ଅତିକ୍ରମ କରିବ । ତେଣୁ ସାଧାରଣ ଲୋକଙ୍କୁ ଆତଙ୍କିତ ନ ହେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଏହା ସହ ଗଣମାଧ୍ୟମ ମଧ୍ୟ ବାତ୍ୟା ସଂକ୍ରାନ୍ତରେ ହଟଚମଟ ସୃଷ୍ଟି କଲାଭଳି ଖବର ପରିବେଷଣ ନକରୁ ବୋଲି ଏସ୍ଆରସି କହିଛନ୍ତି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।
ସେ ଗଣମାଧ୍ୟମ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଓ ସେମାନଙ୍କର ଆକଳନ ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଅବପାତ ଓ ୨୩ତାରିଖ ସୁଦ୍ଧା ତୀବ୍ର ଅବପାତ ଏବଂ ୨୪ତାରିଖ ସୁଦ୍ଧା ସାମୁଦ୍ରିକ ଝଡ଼ର ରୂପ ନେବ । ଏହି ସମ୍ଭାବ୍ୟ ବାତ୍ୟା ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଓଡ଼ିଶା ଉପକୂଳର ୨୦୦କିମି ଦୂରରେ ସମାନ୍ତରାଳ ଭାବେ ଗତି କରି ୨୫ତାରିଖ ସା ସୁଦ୍ଧା ବାଂଲାଦେଶରେ ଉପକୂଳ ଛୁଇଁବ । ତେଣୁ ସମ୍ଭାବ୍ୟ ବାତ୍ୟା ଓ ଉପକୂଳ ଛୁଇଁବାର କୌଣସି ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
Archives

