କ୍ଷେତ୍ର ପରିଦର୍ଶନକୁ ନା

କଟକ ଅଫିସ,୧୨। ୯: କଟକ ଜିଲାରେ ଜଣେ ପ୍ରାଣୀଧନ ନିରୀକ୍ଷକଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରି ଜିଲା ପ୍ରାଣୀଧନ ନିରୀକ୍ଷକ ସଂଘ କ୍ଷେତ୍ର ପରିଦର୍ଶନ କାମ ଆସନ୍ତା ୧୨ତାରିଖରୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ଜିଲା ପ୍ରାଣୀଧନ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସଂଘ ସଭାପତି ରୁଦ୍ର କୁମାର ସାହୁ କହିଛନ୍ତି, କରୋନା କଟକଣାର ଊର୍ଦ୍ଧ୍ୱରେ ରହି କାମ କରିବା ଦ୍ୱାରା ଆମର ଜଣେ ସହକର୍ମୀଙ୍କ ମୃତ୍ୟୁ ହୋଇଛି। ବିଭାଗ କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ବିଭିନ୍ନ ସମୟରେ ସରକାରୀ ପ୍ରକଳ୍ପଗୁଡିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ କଣ୍ଟ ଦେଇଥାଏ। ବିଶେଷକରି ଏହି କରୋନା ସମୟରେ ଜାତୀୟ ପ୍ରାଣୀ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ, କୃତ୍ରିମ ପ୍ରଜନନ ଆଦି ଯୋଜନାକୁ ସଫଳ କରିବାକୁ ବାର୍ଷିକ ଧାର୍ଯ୍ୟ ଲକ୍ଷ୍ୟ ଛୁଇଁବା ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲା। ଏହାସହ କୋଭିଡ୍‌ କଟକଣା ନିୟମର ବାହାରକୁ ଯାଇ କାମ କରିବାକୁ କୁହାଯାଉଥିଲା। ଫଳରେ କାମ କରିବା ସମୟରେ ସଂଘର କର୍ମକର୍ତ୍ତାମାନେ ବାରମ୍ବାର ସଂକ୍ରମିତ ହେଉଛନ୍ତି। ତେଣୁ ଗତ ୨୬ ତାରିଖରୁ ଜଣେ କର୍ମଚାରୀ ସଂକ୍ରମିତ ହୋଇ ଦୀର୍ଘଦିନ ଜ୍ୱରରେ ପଡିବା ପରେ ଗୁରୁବାର ହସ୍ପିଟାଲରେ ତାଙ୍କ ମୃତ୍ୟୁ ଘଟିଛି।
ସଂଘର ସୂଚନା ଅନୁଯାୟୀ, ସନ୍ତୋଷ କୁମାର ଜେଠୀ କଟକ ଜିଲା ଉରାଳୀରେ ପ୍ରାଣୀଧନ ନିରୀକ୍ଷକ ଭାବେ କାର୍ଯ୍ୟରତ ଥିଲେ। ନିୟମିତ କ୍ଷେତ୍ରୀୟ କାର୍ଯ୍ୟ କରିବାବେଳେ ଗତ ୨୬ ତାରିଖ ପରଠୁ ଜ୍ୱରରେ ପଡିଥିଲେ। ପରିବାର ଲୋକେ ତାଙ୍କ ଚିକିତ୍ସା କରାଇଥିଲେ ବି ଗତ ମଙ୍ଗଳବାର ସ୍ବାସ୍ଥ୍ୟାବସ୍ଥା ଖରାପ ହେବାକୁ ଲାଗିଲା। ତେଣୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ ପରୀକ୍ଷା କରାଯିବା ସହ କରୋନା ସମ୍ବନ୍ଧୀୟ ଚିକିତ୍ସା କରାଯାଇଥିଲା। କିନ୍ତୁ ଗୁରୁବାର ଅପରାହ୍ନରେ ତାଙ୍କ ମୃତ୍ୟୁ ଘଟିଥିଲା। ତେଣୁ ଜେଠୀଙ୍କୁ କରୋନା ଯୋଦ୍ଧା ଘୋଷଣା କରିବାକୁ ଦାବୀ ରଖିବା ସହ ତାଙ୍କ ପରିବାର ଲୋକଙ୍କୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦାବି ହୋଇଛି। ଏହି କ୍ରମରେ ମୃତକଙ୍କ ପରିବାରକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ସଂଘ କାର୍ଯ୍ୟ ଦିବସରେ କେବଳ ଅଫିସରେ ରହି କାମ କରିବେ। ଏଣିକି ଘରକୁ ଘର ବୁଲି ସଂଘର ଆଉ କେହି ସଦସ୍ୟ କାମ କରିବେ ନାହିଁ ବୋଲି ଚେତାବନୀ ଦିଆଯାଇଛି। ଏହି ଅବସରରରେ କଟକ ଜିଲାର ସମସ୍ତ ସଦସ୍ୟ ଉପସ୍ଥିତ ରହି ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏ ସମ୍ବନ୍ଧରେ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. କେଶବ ଚନ୍ଦ୍ର ପ୍ରଧାନ କହିଛନ୍ତି, ଜେଠୀଙ୍କ ବିୟୋଗ ଏକ ଦୁଃଖର ବିଷୟ। ବାକି ସମସ୍ତଙ୍କୁ ସମାନ କାମ ଦିଆଯାଉଛି। ସରକାରୀ ନିର୍ଦ୍ଦେଶ ସମସ୍ତଙ୍କୁ ପାଳନ କରିବାକୁ ହେବ। ସରକାରୀ ବ୍ୟବସ୍ଥା ମଧ୍ୟରେ ଯାହା ସମ୍ଭବ ହେବ ସେତିକି ଜେଠୀଙ୍କ ପରିବାର ପାଇଁ କରାଇବାକୁ ଚେଷ୍ଟା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri