୬୧ ଦିନ ଯାଏ ମାଛ ଧରିବା ମନା

ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ କଟକ ପକ୍ଷରୁ ଏହି ସର୍କୁଲାର (ଚିଠି ନଂ.୩୯୮୭) ଜାରି କରାଯାଇଛି। ଏହି କଟକଣା ପରେ ରାଜ୍ୟର ସବୁ ମାଛଧରା ବନ୍ଦର ବନ୍ଦ ରହିବ। ଏହାଦ୍ବାରା ପ୍ରାୟ ୧୨ ଲକ୍ଷ ମତ୍ସ୍ୟଜୀବୀ ପ୍ରଭାବିତ ହେବେ। ଏପରି କଟକଣା ୨୦୦୭ ମସିହାରୁ ଚାଲିଛି। ପୂର୍ବରୁ ଏହା ୪୫ ଦିନ ରହୁଥିଲା। ୨୦୧୭ ରୁ ୬୧ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସମୁଦ୍ରରେ ମାଛ ବଂଶ ବୃଦ୍ଧି ପାଇଁ ଏପରି କରାଯାଉଛି। ଏପ୍ରିଲ ୧୫ ରୁ ଜୁନ ୧୪ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କଟକଣା ଜାରି ହେବା ପୂର୍ବରୁ ରବିବାର ସା ସୁଦ୍ଧା ସମୁଦ୍ର ଭିତରେ ଥିବା ମାଛଧରା ବୋଟଗୁଡ଼ିକ ମାଛଧରା ବନ୍ଦର ପୋତାଶ୍ରୟକୁ ଫେରି ଆସିଛନ୍ତି।
ସୂଚନାଯୋଗ୍ୟ, ପାରାଦୀପ ମାଛଧରା ବନ୍ଦରରୁ  ପ୍ରାୟ ୬୦୦ ବଡ଼ ବୋଟ ଓ ୨୦୦ ଛୋଟ ଡଙ୍ଗା ମାଛ ଧରିବା ପାଇଁ ନିୟମିତ ସମୁଦ୍ରକୁ ଯାଇଥାନ୍ତି। ଏହି ମତ୍ସ୍ୟ ଶିଳ୍ପ ଉପରେ ପ୍ରାୟ ୫୦ ହଜାର ଲୋକ ନିର୍ଭରଶୀଳ ବୋଲି ଓମ୍ଫା (ଓଡିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘ) ସଭାପତି ଶ୍ରୀକାନ୍ତ ପରିଡ଼ା କୁହନ୍ତି। ଏବେ ସେମାନେ ଦୁଇମାସ ଘରକୁ ପଳାଇ ଯିବେ। ୨୦୦୫ ପୂର୍ବରୁ ଗୋଟିଏ ବୋଟ୍‌ ସମୁଦ୍ରରେ ବର୍ଷକୁ ୨୦ ରୁ ୨୨ଥର ସମୁଦ୍ରକୁ ଯାଇ ମାଛଧରି ଫେରୁଥିଲେ।
 ଏବେ ବର୍ଷକୁ ୧୦ ରୁ୧୨ଥର ସମୁଦ୍ରକୁ ଯିବା  କଷ୍ଟକର ହେଉଛି ବୋଲି ଏକ ବୋଟ୍‌ ମାଲିକ  ନରେନ୍ଦ୍ର ବିଶ୍ୱାଳ କୁହନ୍ତି। ସମୁଦ୍ରରେ ମାଛ ଉତ୍ପାଦନ ହ୍ରାସ ପାଇବା, ଅନିୟନ୍ତ୍ରିତ ପାଣିପାଗ, ଇନ୍ଧନ ମୂଲ୍ୟ ବୃଦ୍ଧି, ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ପାଇଁ ୬ ମାସ କଟକଣା, ନଦୀ ମୁହାଣ ଅଶାନ୍ତ ରହିବା ଭଳି ଘଟଣା ଏହାର ପ୍ରମୁଖ କାରଣ ବୋଲି ସେ ପ୍ରକାଶ କରିଛନ୍ତି। ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ବିଜୟ କୁମାର କରଙ୍କ କହିବାନୁସାରେ,କଟକଣାକୁ ମତ୍ସ୍ୟଜୀବୀମାନେ ସହଜରେ ସ୍ବାଗତ କରିଥାନ୍ତି। କାରଣ ଏହି ସମୟ ମଧ୍ୟରେ ମାଛ ବଂଶ ବୃଦ୍ଧି ପାଇଁ ଉପଯୁକ୍ତ ସମୟ ଥାଏ। ପ୍ରଜନନ, ଅଣ୍ଡାଦାନ ପାଇଁ ମା’ମାଛ କୂଳକୁ ଆସିଥାନ୍ତି। ଏହି ସମୟରେ ମାଛ ଧରିଲେ ମା’ଓ ଯାଅଁଳ ମାଛ କ୍ଷତିଗ୍ରସ୍ତ ହେବେ। ମାଛ ବଂଶ ବଢ଼ିଲେ ସମସ୍ତ ମତ୍ସ୍ୟଜୀବୀଙ୍କୁ ଫାଇଦା ମିଳିବ ବୋଲି ସେ କୁହନ୍ତି। ପାରାଦୀପ ମାଛଧରାବନ୍ଦର ଭିତରେ ଏତେ ଗୁଡିଏ ଲୋକଙ୍କ କାରବାର ପାଇଁ ସବୁବେଳେ ଗହଳ ଚହଳ ରହିଥାଏ। ଏବେ ୨ମାସ ସେଠାରେ ଖାଁ ଖାଁ ପରିବେଶ ଦେଖାଦେବ।

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…

ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri