Posted inଜାତୀୟ

ଦିଲ୍ଲୀରେ ବନ୍ୟା ଆଶଙ୍କା ନାହିଁ:କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୦।୭: ରାଜଧାନୀ ଦିଲ୍ଲୀରେ ଲଗାତାର ପ୍ରବଳ ବର୍ଷା ହେତୁ ବିଭିନ୍ନ ସହର ଜଳମଗ୍ନ ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ସୋମବାର ଅପରାହ୍ନରେ ସଚିବାଳୟରେ ଏକ ବୈଠକ ଡାକିଥିଲେ। ଏହି ବୈକରେ ଯମୁନା ନଦୀର ଜଳସ୍ତର ବୃଦ୍ଧି ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।
ବୈଠକ ପରେ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି, ଗତ କିଛି ଦିନ ହେବ ବର୍ଷା ଦୀର୍ଘ ବର୍ଷର ରେକର୍ଡ ଭାଙ୍ଗିଛି। ୪୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଜୁଲାଇ ୮ ଏବଂ ୯ ରେ ୧୫୩ ମିଲିମିଟର ବର୍ଷା ହୋଇଛି। ଏବେ କାହାକୁ ଦୋଷ ଦେବା ସମୟ ନୁହେଁ, ପରସ୍ପରକୁ ସମର୍ଥନ କରିବାର ସମୟ ଆସିଛି।
ଦିଲ୍ଲୀରେ ବନ୍ୟା ହେବାର ଆଶଙ୍କା ଅଛି କି ପ୍ରଶ୍ନରେ କେଜ୍‌ରିୱାଲ କହିଛନ୍ତି, ଏହା ଯମୁନାକୁ ଅନ୍ୟ ରାଜ୍ୟରୁ ଆସୁଥିବା ଜଳ ଉପରେ ନିର୍ଭର କରେ। ୧୯୭୮ରେ ସାତ ଲକ୍ଷ କ୍ୟୁସେକ ଜଳ ଛାଡିବା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଯଦି ପାଣିପାଗ ବିଭାଗକୁ ବିଶ୍ୱାସ କରାଯାଏ, ତେବେ ଆଗାମୀ ଦିନରେ ଏଭଳି ପରିସ୍ଥିତି ଦୃଶ୍ୟମାନ ହେବ ନାହିଁ। ଯଦି ଜଳ ସ୍ତର ୨୦୬ ଅତିକ୍ରମ କରେ, ତେବେ ଉଦ୍ଧାର କାର୍ଯ୍ୟ ଏବଂ ଲୋକଙ୍କୁ ସ୍ଥାନାନ୍ତର କରାଯିବ।
ଏଥି ସହିତ ଦିଲ୍ଲୀ-ଏନସିଆରରେ ଲଗାତାର ପ୍ରବଳ ବର୍ଷା ଏବଂ ପାଣିପାଗ ବିଭାଗର ଚେତାବନୀକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ସୋମବାର ଏମସିଡି, ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri