ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ ସମସ୍ତ କାର୍ଯ୍ୟକ୍ରମ ସ୍ଥଳ ଓ ଫଙ୍କ୍‌ସନ ସାଇଟ୍‌କୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ପତ୍ରରେ କୁହାଯାଇଛି, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା କଠୋର କରାଯିବ। ଏହି ସମୟରେ କୌଣସି ମିଡିିଆ କର୍ମୀ, ଇଭେଣ୍ଟ ମ୍ୟାନେଜମେଣ୍ଟ ଟିମ୍‌ କିମ୍ବା ଅନ୍ୟ କୌଣସି ବ୍ୟକ୍ତି ଡ୍ରୋନ୍‌ କ୍ୟାମେରା ବ୍ୟବହାର କରିପାରିବେ ନାହଁି। ସମସ୍ତ କାର୍ଯ୍ୟକ୍ରମସ୍ଥଳରେ ଉପଯୁକ୍ତ ଡିସ୍‌ପ୍ଲେ ଓ ସାଇନବୋର୍ଡ ଲଗାଇ ସ୍ପଷ୍ଟଭାବେ ନୋ ପ୍ଲାଇଂ ଜୋନ୍‌ ବୋଲି ଜଣାଇଦିଆଯିବ। ଏହି ନିର୍ଦ୍ଦେଶ ଉଲ୍ଲଂଘନ କଲେ ଉପଯୁକ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓଡ଼ିଶା ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକଙ୍କ ପତ୍ର ଅନୁଯାୟୀ ଏହି ସୂଚନା ସମସ୍ତ ଇଲେକ୍ଟ୍ରୋନିକ ମିଡିଆ କର୍ମୀଙ୍କ ମଧ୍ୟରେ ପ୍ରଚାର କରାଯିବାକୁ କୁହାଯାଇଛି। ଏହାକୁ ଭିଭିଆଇପି ଅର୍ଜେଣ୍ଟ ବୋଲି ବିବେଚନା କରାଯାଇଛି। ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ସମେତ ବିଭିନ୍ନ ସ୍ଥାନରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?