Posted inଜାତୀୟ

ପଥର ଫିଙ୍ଗାଳିଙ୍କୁ ମିଳିବନି ସରକାରୀ ଚାକିରି, ପାସ୍‌ପୋର୍ଟ ହେବନି ଭେରିଫିକେଶନ

ଶ୍ରୀନଗର,୧ ।୮: ଜମ୍ମୁ-କଶ୍ମୀରରେ ପଥର ଫିଙ୍ଗାଳିଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପଥର ପିଙ୍ଗିବା ଭଳି ଘଟଣାରେ ସମ୍ପୃକ୍ତ ଥିବା ଯୁବକମାନଙ୍କୁ ଏଣିକି ଆଉ ସରକାରୀ ଚାକିରି ମିଳିବ ନାହିଁ ଓ ସେମାନଙ୍କ ପାସପୋର୍ଟ ଭେରିଫିକେଶନ ମଧ୍ୟ କରାଯିବ ନାହିଁ । ଏହାକୁ ନେଇ କଶ୍ମୀର ସିଆଇଡି ଏକ ସର୍କୁଲାର ଜାରି କରିଛନ୍ତି । ଏଥିରେ ଉଲ୍ଲେଖ କରାଯାଇଛି ପଥର ଫିଙ୍ଗିବା ଭଳି ଘଟଣାରେ ସମ୍ପୃକ୍ତ ଥିବା ଯୁବକଙ୍କୁ ସିକ୍ୟୁରିଟି କ୍ଲିୟରାନ୍ସ ଦିଆଯିବ ନାହିଁ । କଶ୍ମୀର ସିଆଇଡିର ଏସ୍‌ଏସ୍‌ପି ଏହି ସର୍କୁଲାର ଜାରି କରିଛନ୍ତି । ଏଥିରେ ସେ କହିଛନ୍ତି ପାସପୋର୍ଟ, ସରକାରୀ ଚାକିରି ଓ ସରକାରୀ ଯୋଜନା ସହ ଜଡିତ କୌଣସି ବ୍ୟକ୍ତିଙ୍କ ସିକ୍ୟୁରିଟି କ୍ଲିୟରାନ୍ସ ରିପୋର୍ଟ ପ୍ରସ୍ତୁତ କରିବା ସମୟରେ ଧ୍ୟାନ ଦେବା ଦରକାର କି ଉକ୍ତ ବ୍ୟକ୍ତି ପଥର ପିଙ୍ଗିବା, ଆଇନର ଅବମାନନା କରିବା ବା ଅନ୍ୟ କୌଣସି ଅପରାଧରେ ସାମିଲ ନ ହୋଇଥିବେ । ଯଦି ଏମିତି କେହି ମିଳିଲେ ତେବେ ତାଙ୍କୁ ସିକ୍ୟୁରିଟି କ୍ଲିୟରାନ୍ସ ଦିଆଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri