ହେଲ୍‌ମେଟ ନାହିଁ ତ ପେଟ୍ରୋଲ ନାହିଁ କଡ଼ାକଡ଼ି କରାଯିବ…

ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଭାଗୃହରେ ଶନିବାର ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଓ ଆମ ବସ୍‌ଷ୍ଟାଣ୍ଡ ନୋଡାଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କ ଅଧ୍ୟକ୍ଷତାରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ଯୋଗେନ୍ଦ୍ର ମାଝୀ, ସିଡିଏମ୍‌ଓ ଡା. ମନୋଜ କୁମାର ସାହୁ, ଆଞ୍ଚଳିକ ପରିବହନ ଅଧିକାରୀ ମାନ ସିଂ ପ୍ରମୁଖ ଯୋଗଦେଇଥିଲେ। ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଶଶାଙ୍କ ଶେଖର ଶୁକ୍ଳା ପୂର୍ବ ବୈଠକର ବିବରଣୀ ସହ ଆଗାମୀ ମାସର ବହୁବିଧ କାର୍ଯ୍ୟକ୍ରମ ଉପସ୍ଥାପନ କରିଥିଲେ। ବୈଠକରେ ଆଲୋଚନା ପରେ କେତେକ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସପ୍ତାହର ପ୍ରତି ରବିବାର ଓ ବୁଧବାର ହେଲ୍‌ମେଟ ନାହିଁ ତ ପେଟ୍ରୋଲ ନାହିଁ କଡ଼ାକଡ଼ି କରାଯିବ। ଏହାକୁ ସମସ୍ତ ବିଡ଼ିଓ, ତହସିଲଦାର ଓ ଆର୍‌ଟିଓ ତଦାରଖ କରିବେ। ନାବାଳକ ଓ ମଦ୍ୟପ ଗାଡି ଚାଳକଙ୍କ ଉପରେ ବିଶେଷ ନଜର ରଖାଯିବ। ଆର୍‌ଟିଓ, ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବରେ ଗାଡ଼ି ଚେକିଂ କରିବେ। ଅତିରିକ୍ତ ଜିଲାପାଳ କହିଥିଲେ, ଜିଲାରେ ଦୁର୍ଘଟଣା ରୋକିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହ ସମସ୍ତଙ୍କୁ ଏ ବିଷୟରେ ସଚେତନ କରିବାକୁ ପଡିବ। ଏଥିରେ ଲୋକ ପ୍ରତିନିଧି, ସ୍ବେଚ୍ଛାସେବୀ ସଂଗଠନ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଛାତ୍ରୀଛାତ୍ର ସାମିଲ ହେବେ। ଏହାପରେ ଜିଲାର ପରିବହନ କ୍ଷେତ୍ର ଓ ବସ୍‌ଷ୍ଟାଣ୍ଡର ସୁଧାର ପାଇଁ ବିଭିନ୍ନ ପ୍ରସ୍ତାବ ଆଗତ ହୋଇଥିଲା। ଆମ ବସ୍‌ର ନୂତନ ରୁଟ ଚାର୍ଟ, ନୂଆପଡ଼ା ବସ୍‌ଷ୍ଟାଣ୍ଡରେ ଦିନ ଓ ରାତିରେ ଚାଲୁଥିବା ସମସ୍ତ ବସ୍‌ର ବାଧ୍ୟତାମୂଳକ ପ୍ରବେଶ, ମହିଳା ଯାତ୍ରୀଙ୍କ ସୁରକ୍ଷା ପାଇଁ ମହିଳା ଗାର୍ଡ ମୁତୟନ, ବେସରକାରୀ ବସ୍‌ଠାରୁ ପ୍ରବେଶ ଶୁଳ୍କ ଆଦାୟ ଇତ୍ୟାଦି ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିନାପାଲି ବ୍ଲକ ବିଡ଼ିଓ କର୍ମି ଓରାମ, କୋମନା ବିଡିଓ ବିନୟ କୁମାର ଭୋଇ, ଡିଏସ୍‌ପି ରମାକାନ୍ତ ଜେନା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଏମ୍‌ଭିଆଇ ଉପେନ୍ଦ୍ର କୁମାର ପୁସିକା, ପିଡବ୍ଲ୍ୟୁଡି ବିଭାଗ ସହ-ନିର୍ବାହୀ ଯନ୍ତ୍ରୀ ସୁକାନ୍ତ କୁମାର ଗର୍ଡିଆ, ଏନ୍‌ଏଚ୍‌ ଯନ୍ତ୍ରୀ ଆଶିଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri