ହେଲ୍‌ମେଟ ନାହିଁ ତ ପେଟ୍ରୋଲ ନାହିଁ କଡ଼ାକଡ଼ି କରାଯିବ…

ନୂଆପଡ଼ା,୨୮ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଭାଗୃହରେ ଶନିବାର ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଓ ଆମ ବସ୍‌ଷ୍ଟାଣ୍ଡ ନୋଡାଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କ ଅଧ୍ୟକ୍ଷତାରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ଯୋଗେନ୍ଦ୍ର ମାଝୀ, ସିଡିଏମ୍‌ଓ ଡା. ମନୋଜ କୁମାର ସାହୁ, ଆଞ୍ଚଳିକ ପରିବହନ ଅଧିକାରୀ ମାନ ସିଂ ପ୍ରମୁଖ ଯୋଗଦେଇଥିଲେ। ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଶଶାଙ୍କ ଶେଖର ଶୁକ୍ଳା ପୂର୍ବ ବୈଠକର ବିବରଣୀ ସହ ଆଗାମୀ ମାସର ବହୁବିଧ କାର୍ଯ୍ୟକ୍ରମ ଉପସ୍ଥାପନ କରିଥିଲେ। ବୈଠକରେ ଆଲୋଚନା ପରେ କେତେକ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସପ୍ତାହର ପ୍ରତି ରବିବାର ଓ ବୁଧବାର ହେଲ୍‌ମେଟ ନାହିଁ ତ ପେଟ୍ରୋଲ ନାହିଁ କଡ଼ାକଡ଼ି କରାଯିବ। ଏହାକୁ ସମସ୍ତ ବିଡ଼ିଓ, ତହସିଲଦାର ଓ ଆର୍‌ଟିଓ ତଦାରଖ କରିବେ। ନାବାଳକ ଓ ମଦ୍ୟପ ଗାଡି ଚାଳକଙ୍କ ଉପରେ ବିଶେଷ ନଜର ରଖାଯିବ। ଆର୍‌ଟିଓ, ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବରେ ଗାଡ଼ି ଚେକିଂ କରିବେ। ଅତିରିକ୍ତ ଜିଲାପାଳ କହିଥିଲେ, ଜିଲାରେ ଦୁର୍ଘଟଣା ରୋକିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହ ସମସ୍ତଙ୍କୁ ଏ ବିଷୟରେ ସଚେତନ କରିବାକୁ ପଡିବ। ଏଥିରେ ଲୋକ ପ୍ରତିନିଧି, ସ୍ବେଚ୍ଛାସେବୀ ସଂଗଠନ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଛାତ୍ରୀଛାତ୍ର ସାମିଲ ହେବେ। ଏହାପରେ ଜିଲାର ପରିବହନ କ୍ଷେତ୍ର ଓ ବସ୍‌ଷ୍ଟାଣ୍ଡର ସୁଧାର ପାଇଁ ବିଭିନ୍ନ ପ୍ରସ୍ତାବ ଆଗତ ହୋଇଥିଲା। ଆମ ବସ୍‌ର ନୂତନ ରୁଟ ଚାର୍ଟ, ନୂଆପଡ଼ା ବସ୍‌ଷ୍ଟାଣ୍ଡରେ ଦିନ ଓ ରାତିରେ ଚାଲୁଥିବା ସମସ୍ତ ବସ୍‌ର ବାଧ୍ୟତାମୂଳକ ପ୍ରବେଶ, ମହିଳା ଯାତ୍ରୀଙ୍କ ସୁରକ୍ଷା ପାଇଁ ମହିଳା ଗାର୍ଡ ମୁତୟନ, ବେସରକାରୀ ବସ୍‌ଠାରୁ ପ୍ରବେଶ ଶୁଳ୍କ ଆଦାୟ ଇତ୍ୟାଦି ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିନାପାଲି ବ୍ଲକ ବିଡ଼ିଓ କର୍ମି ଓରାମ, କୋମନା ବିଡିଓ ବିନୟ କୁମାର ଭୋଇ, ଡିଏସ୍‌ପି ରମାକାନ୍ତ ଜେନା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଏମ୍‌ଭିଆଇ ଉପେନ୍ଦ୍ର କୁମାର ପୁସିକା, ପିଡବ୍ଲ୍ୟୁଡି ବିଭାଗ ସହ-ନିର୍ବାହୀ ଯନ୍ତ୍ରୀ ସୁକାନ୍ତ କୁମାର ଗର୍ଡିଆ, ଏନ୍‌ଏଚ୍‌ ଯନ୍ତ୍ରୀ ଆଶିଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri