ସର୍ବସାଧାରଣରେ ହୋଲି, ମେଳଣ ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆସନ୍ତା ୨୮ ଓ ୨୯ ତାରିଖରେ ରଙ୍ଗର ପର୍ବ ହୋଲି ପାଳନ ହେବ। ହେଲେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟରେ ହୋଲି ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ସର୍ବସାଧାରଣ ସ୍ଥାନରେ ହୋଲି ପାଳନ ନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। କିନ୍ତୁ ଘର ଭିତରେ ହୋଲି ଖେଳିବାକୁ ପରାମର୍ଶ ଦିଆଯାଇଛି। ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳୁଛି। ଏଭଳି ପରିସ୍ଥିତିରେ ହୋଲି ପାଳନ ହେଲେ ଅଧିକ ଲୋକ ଏକାଠି ହେବାର ଆଶଙ୍କା ରହିଛି।

ତେଣୁ ହୋଲି ପାଳନ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଗାଇଡ଼ଲାଇନ୍‌ ପ୍ରସ୍ତୁତ କରିଛନ୍ତି। ଏହାସହ ଦୋଳ ମେଳଣକୁ ମଧ୍ୟ ରାଜ୍ୟ ସରକାର ମନା କରିଛନ୍ତି। ଏକାଠି ହୋଇ ଦୋଳଯାତ୍ରା ପାଳନକୁ ଅନୁମତି ଦିଆଯିବନି। କୋଭିଡ୍‌ ନିୟମ ମାନି ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିପାରିବେ। ଯଥା ରୀତିରେ ମନ୍ଦିରରେ ନୀତିକାନ୍ତି ଓ ପୂଜାର୍ଚ୍ଚନା ହେବ। ସ୍ଥାନୀୟ ପ୍ରଶାସନ ଚାହିଁଲେ ମନ୍ଦିର ପ୍ରବେଶ ନେଇ କଟକଣା ଲଗାଇ ପାରିବେ। ଏହା ବ୍ୟତୀତ ସର୍ବସାଧାରଣରେ କୌଣସି ପର୍ବ ପାଳନ ହେବନି ବୋଲି କୁହାଯାଇଛି। ହୋଲି ଓ ଦୋଳ ମେଳଣରେ ପ୍ରବଳ ଲୋକଙ୍କ ସମାଗମ ହୋଇଥାଏ। ତେଣୁ ଏହାକୁ ପାଳନ କଳେ ସଂକ୍ରମଣ ବୃଦ୍ଧି ପାଇବ ବୋଲି ଡାକ୍ତର ଓ ବିଶେଷଜ୍ଞମାନେ କହିବା ପରେ ରାଜ୍ୟ ସରକାର ଏହା ଉପରେ କଟକଣା ଲଗାଇଛନ୍ତି।
ଅନ୍ୟପକ୍ଷରେ କଟକଣା ଜାରି କରିଛି ସାଧାରଣ ପ୍ରଶାସନ (ଜିଏ) ବିଭାଗ। ଗତବର୍ଷ ଜୁନ୍‌ରେ ଲାଗୁ ହୋଇଥିବା କଟକଣା ପୁନଃ ଲାଗୁ କରିବା ପାଇଁ ନିର୍ଦ୍ଦେଶ ହୋଇଛି। ସମସ୍ତ ଅଫିସ ପରିସରରେ କର୍ମଚାରୀମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ଦୁଇ ମିଟର ଦୂରତା ଜରୁରୀ ହୋଇଛି। ଅନାବଶ୍ୟକ ଗହଳି ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ କର୍ମଚାରୀମାନେ ନିୟମିତ ୨୦ସେକେଣ୍ଡ ହାତ ଧୋଇବାକୁ କୁହାଯାଇଛି। ଅଫିସିଆଲ ମିଟିଂ ପାଇଁ ଭିଡିଓ କନଫରେନ୍ସକୁ ଗୁରୁତ୍ୱ ଦେବା ସହ ଆଗନ୍ତୁକଙ୍କୁ ଯଥାସମ୍ଭବ ଅଫିସ ଭିତରକୁ କମ୍‌ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri