‘ଅର୍ଥ ଥାଇ ଉନ୍ନତି ହେଉନି’

ଢେଙ୍କାନାଳ ଅଫିସ, ୩୦।୯ – ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ଅର୍ଥ ଥାଇ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହେଉନାହିଁ। ଏଥିପାଇଁ ପ୍ରଶାସନିକ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଏମ୍‌ପି ମହେଶ ସାହୁ। ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ଜିଲାରେ ଅର୍ଥ ଥାଇ କୌଣସି କାର୍ଯ୍ୟ ହୋଇପାରୁନାହିଁ। ପୁନର୍ବାସ ଥଇଥାନ ଏବଂ ପାରିପାର୍ଶ୍ୱିକ ଉପଦେଷ୍ଟା କମିଟି (ଆରପିଡିଏସି) ବୈଠକ ବସୁନାହିଁ। ପ୍ରଶାସନିକ ଅଧିକାରୀ କଳକାରଖାନା ପରିଦର୍ଶନରେ ଯାଉନାହାନ୍ତି। କମ୍ପାନୀ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ (ସିଏସ୍‌ଆର) ଅନ୍ତର୍ଗତ ପାଣ୍ଠି କାର୍ଯ୍ୟକାରୀ ହେଉନାହିଁ। ଏମ୍‌ପିଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ (ଏମ୍‌ପି ଲାଡ୍‌) ପାଣ୍ଠି ଓ ବିଧାୟକଙ୍କ ହାତ ପାଣ୍ଠିରୁ ଅନୁମୋଦିତ ପ୍ରକଳ୍ପ କାମରେ ଅହେତୁକ ବିଳମ୍ବ ହେଉଛି। ଆବଶ୍ୟକ କର୍ମଚାରୀ ଥାଇ ସଫେଇ କାମ ହେଉନାହିଁ। ବ୍ଲକ ଓ ପୌରସଂସ୍ଥାର କାର୍ଯ୍ୟରେ କେହି ସନ୍ତୁଷ୍ଟ ନୁହନ୍ତି ବୋଲି ଏମ୍‌ପି ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।
ପୌରସଂସ୍ଥା ଓ ବ୍ଲକରେ କୋଟି କୋଟି ଟଙ୍କା ଥିବାବେଳେ ବିକାଶମୂଳକ କାମରେ ଅବହେଳା କରାଯାଉଛି। ଆଲୋଚନାରୁ ଫଳ ନ ମିଳିବାରୁ ସେ ଆନ୍ଦୋଳନ ପାଇଁ ଆହ୍ବାନ ଦେଇଥିଲେ। ହେଲେ ଜିଲା ପ୍ରଶାସନ ନୀରବ ରହିଲା। ଜାତୀୟ ରାଜପଥର ଅବସ୍ଥା ଦେଖି ସାଧାରଣରେ ଘୋର ପ୍ରତିକ୍ରିୟା ପ୍ରକାଶ ପାଇଲା। ଏଥିପାଇଁ ଆନ୍ଦୋଳନ ଡାକରା ଦେଇଥିଲେ। ହେଲେ ଜିଲାର ଛାମୁଆ ନେତୃବୃନ୍ଦ ଏହାକୁ ବିରୋଧ କଲେ। ଏମ୍‌ପି ଯାହା କଲେ ତାହା ପ୍ରଶାସନ ଓ ଦଳ ବିରୋଧୀ କହି ସମସ୍ତେ ଖସିଯାଉଛନ୍ତି। ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମାଧାନ ପାଇଁ ସେ ଚେଷ୍ଟା କରୁଛନ୍ତି। ହେଲେ ଏଥିରେ ସହଯୋଗ ମିଳୁ ନ ଥିବା କହି ମହେଶ କ୍ଷୋଭ ବ୍ୟକ୍ତ କରିଛନ୍ତି। ଏମ୍‌ପିଙ୍କ ଏପରି ମନ୍ତବ୍ୟ ପରେ ଜିଲା ବିଜେଡିରେ ଭିନ୍ନ ଚର୍ଚ୍ଚା ଜୋର୍‌ ଧରିଛି।
ଏ ସଂକ୍ରାନ୍ତରେ ବିଜେଡି ଜିଲା ସଭାପତି ତଥା ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କୁହନ୍ତି, କୌଣସି ସମସ୍ୟାର ସମାଧାନ ଲାଗି ଦଳୀୟ ଜିଲା ସଭାପତି କି ମନ୍ତ୍ରୀ ହିସାବରେ ଏମ୍‌ପି କେବେ ଆଲୋଚନା କରିନାହାନ୍ତି। ତେଣୁ ଏ କଥାକୁ ସେ ଗୁରୁତ୍ୱ ଦେଉ ନ ଥିବା ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri